Masthead

ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିବ। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍‌ ୭୦ ମିମିରୁ ୨୦୦ ମିମି ଏବଂ ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ