Masthead

ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ନିକଟ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଫଳରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

ଏହା ବ୍ୟତୀତ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ