Masthead

ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ନିକଟ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଫଳରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

ଏହା ବ୍ୟତୀତ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ