Masthead

ଭୁବନେଶ୍ୱରରୁ କେତେ ପଜିଟିଭ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଚିନ୍ତା ବଢାଉଛି କରୋନା ସଂକ୍ରମଣ । ଯଦିଓ କରୋନା ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି । ତଥାପି ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ପ୍ରଶାସନର ଚିନ୍ତାର ବିଷୟ ପାଲଟିଛି । ଆଜି ରାଜଧାନୀ ଭୁବନେଶ୍ୱରରୁ ୨୫୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟଇନ ସେଣ୍ଟରରୁ ୭୩ଜଣ ଚିହ୍ନଟ ହୋଇଥିବା ବେଳେ ୧୮୦ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଆଜି ଭୁବନେଶ୍ୱରରେ ପୁଣି ୨୯୯ ଜଣେ ସୁସ୍ଥ ହୋଇଛନ୍ତି । ଏହି ୨୯୯ଜଣ ସୁସ୍ଥଙ୍କୁ ମିଶାଇ ରାଜଧାନୀରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୩ ହଜାର ୧୬୬ରେ ପହଞ୍ଚିଛି । ଏହାସହିତ ରାଜଧାନୀରେ ଏଯାବତ୍ ୨୬ ହଜାର ୫୩୬ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୩୨୨୨ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୨୭ଜଣ କରୋନାରେ ପ୍ରାଣ ହରାଇଛନ୍ତି । ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ