Masthead

ଗାଧୋଇବାବେଳେ ଟାଣିନେଲା କୁମ୍ଭୀର

ଗଞ୍ଜାମ (ବଡ଼ଖବର) ଗାଧୋଇବାବେଳେ ଟାଣି ନେଲା କୁମ୍ଭୀର  । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଘୋଡାହଡ ନଦୀରେ । ଗାଧୋଉଥିବା ବେଳେ ଜଣେ ଛାତ୍ରକୁ ଏକ କୁମ୍ଭୀର ଟାଣି ନେଇଛି । ଏକ ଘଣ୍ଟା ପରେ ଗ୍ରାମବାସୀଙ୍କ ସହାୟତାରେ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଖମ୍ବାରୀ ଗାଁ ପଞ୍ଚାୟତ ସେବକ ଟିକରପଡା ଗ୍ରାମର କୁମାର ଗୈାଡ । ସେ ପଞ୍ଚମ ଶ୍ରେଣୀର ଛାତ୍ର ଅଟନ୍ତି । ଶୁଭ୍ରାଂଶୁ ସୋମବାର ଅପରାହ୍ନରେ ବିଦ୍ୟାଳୟରୁ ଆସି ଗ୍ରାମ ନିକଟରେ ଥିବା ଘୋଡାହଡ ନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ସମୟରେ ଏକ କୁମ୍ଭୀର ଶୁଭ୍ରାଂଶୁଙ୍କୁ ପାଣି ଭିତରକୁ ଟାଣି ନେଇଥିଲା । ଅନେକ ସମୟ ପରେ ଶୁଭ୍ରାଂଶୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ପରେ ନଦୀକୂଳେ ଶୁଭ୍ରାଂଶୁଙ୍କ ଡ୍ରେସ୍ ଓ ଚପଲ ଦେଖିଥିଲେ । ନଦୀ ତୁଠ ଠାରୁ ଅଳ୍ପ ଦୂରରେ ଲୋକେ କୁମ୍ଭୀରକୁ ଦେଖିବା କ୍ଷଣି ଗ୍ରାମବାସୀ ଓ ସେଠାକାର କେଉଟମାନେ ମାଛ ଜାଲ ଫୋପାଡି ଥିଲେ । ଯାହାଫଳରେ କୁମ୍ଭୀର ଶୁଭ୍ରାଂଶୁକୁ ଛାଡି ପଳାଇଥିଲା । ପରେ ଶୁଭ୍ରାଂଶୁଙ୍କୁ ଗ୍ରାମବାସୀ ଉଦ୍ଧାର କରି ଡଙ୍ଗା ସାହାଯ୍ୟରେ ଆଣିଥିଲେ । କିନ୍ତୁ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଘଟଣାସ୍ଥଳରେ ଗ୍ରାମରେ ଗ୍ରାମବାସୀଙ୍କ ଦ୍ବାରା ଉତ୍ତେଜନା ପ୍ରକାଶ ପାଇଥିଲା । ବନ ବିଭାଗର ଅବହେଳା ଯୋଗୁଁ ଏଭଳି ବାରମ୍ବାର ଦୁର୍ଘଟଣା ହେଉଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ଖବର ପାଇ ଘଟଣାସ୍ଥଳରେ ନୂଆଗାଁ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ