Masthead

ଆଇଏଏସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୋର ଧରିଲା ଆଇଏଏସ ଗସ୍ତ ପଲିଟିକ୍ସ । ଅଫିସରଙ୍କ ବିରୋଧରେ ନିଆଯାଉ କାର୍ଯ୍ୟାନୁଷ୍ଠାନ । ଜଣେ ଅଫିସର ଅଲ ଇଣ୍ଡିଆ ସର୍ଭିସ କଣ୍ଡକ୍ଟ ରୁଲ ଉଲ୍ଲଘଂନ କରୁଛନ୍ତି । ଆଉ ସେ ହେଉଛନ୍ତି ଓଡ଼ିଶା କ୍ୟାଡରର । ଅଭିଯୋଗ ଆଧାରରେ ତାଙ୍କ ବିରୋଧରେ ଉଚିତ ପଦକ୍ଷେପ ନିଆଯାଉ । ଏଭଳି କହି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଚିଠି କରିଛନ୍ତି କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ । ଜଣେ ସଚିବଙ୍କ କାର୍ଯ୍ୟକୁ ଦୀର୍ଘ ଦିନ ହେଲା ବିରୋଧ କରିଆସୁଛନ୍ତି ବିରୋଧୀ। ଭୁବନେଶ୍ୱର ସାଂସଦ ଓ ରାଜ୍ୟ ବିଜେପି ସଭାପତି ଏନେଇ ଅଭିଯୋଗ କରିଥିଲେ । ଜଣେ ପ୍ରଶାସନିକ ଅଧିକାରୀ, ରାଜନେତାଙ୍କ କାର୍ଯ୍ୟ କରୁଛନ୍ତି କାହିଁକି? ଏଭଳି କହି ସରକାରଙ୍କୁ ଘେରି ଆସୁଥିଲେ ବିରୋଧୀ । ଆଉ ଶେଷରେ ସଂପୂର୍ଣ୍ଣ ଘଟଣା ଉପରୁ ପରଦା ଉଠାଇବା ସହ ସେହି ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ଶାସନ ସଚିବକୁ ଚିଠି କରିଛନ୍ତି କେନ୍ଦ୍ର ସରକାର । ଆଉ ଏହାପରେ ଓଡ଼ିଶା ରାଜନୀତିରେ ଏବେ ହଟଚମଟ ସୃଷ୍ଟି ହେବା ସହ ମୁଖ୍ୟ ସଚିବଙ୍କ କାର୍ଯ୍ୟ ଉପରେ ସମସ୍ତଙ୍କ ନଜର।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି