Masthead

ଦାଦନ ଶ୍ରମିକଙ୍କ ମୃତ୍ୟୁ, ଶବ ଫେରିପାଇବାକୁ ପରିବାରର ଗୁହାରି

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଶବ ଫେରିପାଇବାକୁ ଗୁହାରି କଲେ ପରିବାର । ପରିବାର ପ୍ରତିପୋଷଣ କରିବାକୁ ଯାଇ ପୁଣି ଜଣେ ଦାଦାନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ଶବ ଭିଟାମାଟିକୁ ଫେରାଇ ଆଣିବାକୁ ପରିବାର ପକ୍ଷରୁ ଗୁହାରି କରାଯାଇଛି। ସୂଚନା ଅନୁସାରେ କୋକସରା ବ୍ଲକ ମାଝୀଗୁଡା ଗ୍ରାମର ଭିକାରୀ ବାଗ ବୟସ ୧୫ ଦିନ ତଳେ ବଡ଼ ଘୁମେର ଗ୍ରାମର ନିଜ ଶଳା ସହ ମିଶି ଦାଦନ ଖଟିବାକୁ ହାଇଦ୍ରାବାଦର ଭାରତ କମ୍ପାନି ସୁପର ଭାଇଜର ମନିଶ କୁମାରଙ୍କ ଯୋଗାଯୋଗରେ ସେ ଯାଇଥିବା ଜଣାପଡିଛି।

ଭିକାରୀ ବାଗଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ଭାଇ ଗଣ୍ଡାରାମ ବାଗଙ୍କୁ ଖବର ମିଳିଥିଲା । ହାଇଦ୍ରାବାଦର କୌଣସି ଏକ ବେସରକାରୀ ଡାକ୍ତରଖାନାରେ ମୃତ ଶବ ରହିଥିବା ଜଣାପଡିଛି। ତେବେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ପରିବାର ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ମୃତ ଶ୍ରମିକଙ୍କ ଶବ ଗାଁ କୁ ପଠାଇବାକୁ ଯୋଗାଯୋଗ କରାଯାଇଥିବା ଜଣାପଡିଛି। ତେବେ ଘରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତିଙ୍କ ମୃତ୍ୟୁ ଖବର ପରେ ସ୍ତ୍ରୀ ଓ ତିନି ନାବାଳକ ଝିଅ ଭାଙ୍ଗି ପଡିଛନ୍ତି ଓ ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼