Masthead

ଝୁଲିଝୁଲି ଆସୁଛି କାଳିଆ

ପୁରୀ (ବଡ଼ ଖବର ବ୍ୟୁରୋ): ପବିତ୍ର ବାହୁଡା ଯାତ୍ରା । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିରକୁ ଫେରିବେ କାଳିଆ ସାଆନ୍ତ । ଜନ୍ମବେଦୀରୁ ରତ୍ନ ସିଂହାସନକୁ ଯିବେ ଠାକୁର । ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ପ୍ରଭୁ ସୁଦର୍ଶନ ତା ପରେ ବଡ଼ ଠାକୁର ବଳଭଦ୍ର, କାମ୍ପିଲ୍ୟ ବାସୀନି ମାଆ ସୁଭଦ୍ରା ଏବଂ ଶେଷରେ ଟାହିଆ ହଲାଇ ଝୁଲିଝୁଲି ଆସୁଛନ୍ତି କାଳିଆ ସାଆନ୍ତ । ଧାଡ଼ି ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ଠାକୁର । ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଆଣି ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନ କରିଥିଲେ ସେବାୟତମାନେ ।

ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି ।

ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ରଥରେ ବିଜେ କରିଛନ୍ତି ବଡ଼ ଠାକୁର ।  ଟାହିଆ ହଲାଇ ଶରଧାବାଲିରେ ଝୁଲିଝୁଲି ଆସିଲେ ବଡ଼ ଠାକୁର । ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ପରେ ଦେବୀ ସୁଭଦ୍ରାଙ୍କ ରଥାରୁଢ ହୋଇଛନ୍ତି । ଶେଷରେ ବିଶ୍ୱନିଅନ୍ତା ଚକା ଆଖିଆ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ନୀତି ଚାଲିଛି । ଝୁଲିଝୁଲି ଟାହିଆ ହଲାଇ ଆସୁଛି ଜଗା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ