Masthead

ଝୁଲିଝୁଲି ଆସୁଛି କାଳିଆ

ପୁରୀ (ବଡ଼ ଖବର ବ୍ୟୁରୋ): ପବିତ୍ର ବାହୁଡା ଯାତ୍ରା । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିରକୁ ଫେରିବେ କାଳିଆ ସାଆନ୍ତ । ଜନ୍ମବେଦୀରୁ ରତ୍ନ ସିଂହାସନକୁ ଯିବେ ଠାକୁର । ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ପ୍ରଭୁ ସୁଦର୍ଶନ ତା ପରେ ବଡ଼ ଠାକୁର ବଳଭଦ୍ର, କାମ୍ପିଲ୍ୟ ବାସୀନି ମାଆ ସୁଭଦ୍ରା ଏବଂ ଶେଷରେ ଟାହିଆ ହଲାଇ ଝୁଲିଝୁଲି ଆସୁଛନ୍ତି କାଳିଆ ସାଆନ୍ତ । ଧାଡ଼ି ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ଠାକୁର । ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଆଣି ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନ କରିଥିଲେ ସେବାୟତମାନେ ।

ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି ।

ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ରଥରେ ବିଜେ କରିଛନ୍ତି ବଡ଼ ଠାକୁର ।  ଟାହିଆ ହଲାଇ ଶରଧାବାଲିରେ ଝୁଲିଝୁଲି ଆସିଲେ ବଡ଼ ଠାକୁର । ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ପରେ ଦେବୀ ସୁଭଦ୍ରାଙ୍କ ରଥାରୁଢ ହୋଇଛନ୍ତି । ଶେଷରେ ବିଶ୍ୱନିଅନ୍ତା ଚକା ଆଖିଆ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ନୀତି ଚାଲିଛି । ଝୁଲିଝୁଲି ଟାହିଆ ହଲାଇ ଆସୁଛି ଜଗା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ