‘ଆଦିପୁରୁଷ’ ବିବାଦ, ସୁପ୍ରିମକୋର୍ଟରେ ପିଟିସନ ଦାଖଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଥମୁନି ‘ଆଦିପୁରୁଷ’ ବିବାଦ । ଏବେ ମାମଲା ସୁପ୍ରିମକୋର୍ଟରେ ପହଂଚିଛି । ଫିଲ୍ମକୁ ବ୍ୟାନ କରିବାକୁ ସୁପ୍ରିମକୋର୍ଟରେ ପିଟିସନ ଦାଖଲ ହୋଇଛି । ହିନ୍ଦୁ ତଥା ଏହି ଚଳଚ୍ଚିତ୍ରରେ ଦେଖାହୋଇଥିବା ଦେବତାମାନଙ୍କ ଭକ୍ତଙ୍କ ଭାବନାକୁ ଆଘାତ ଦେଇଛି ବୋଲି ଅଭିଯୋଗ ହୋଇଛି । ତେବେ ଏହି ଚଳଚ୍ଚିତ୍ର ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରାଯାଇଛି। ପିଟିସନ ଦାଖଲ କରିଛନ୍ତି ମମତା ରାନୀ । ସେ କହିଛନ୍ତି, ସିନେମାଟୋଗ୍ରାଫ ଆକ୍ଟ ୧୯୫୨ର ଧାରା ୫ ବିରେ ଥିବା ନିୟମାବଳୀକୁ ଉଲ୍ଲଂଘନ କରୁଥିବାରୁ ସେନ୍ସର ବୋର୍ଡ ଦ୍ୱାରା ଦିଆଯାଇଥିବା ପ୍ରମାଣପତ୍ରକୁ ବାତିଲ କରାଯାଉ। ଏହି ଆବେଦନରେ ଯୁକ୍ତି କରି କୁହାଯାଇଛି, ସମାଜର ପ୍ରତ୍ୟେକ ବ୍ୟକ୍ତି ପବିତ୍ର ଗ୍ରନ୍ଥ ଉପରେ ବିଶ୍ୱାସ କରନ୍ତି ଏବଂ ତାଙ୍କ ଭାବନା ଏଥିରେ ଜଡିତ ଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ