Masthead

ବେଗୁନିଆରେ ଅପରାଜିତାଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

ବେଗୁନିଆ, (ବଡ଼ ଖବର ବ୍ୟୁରୋ) : ବିଜେପି ପକ୍ଷରୁ ବେଗୁନିଆ ବ୍ଲକ ସମ୍ମୁଖରେ ବିଜେପିର ନବମ ଜନଶୁଣାଣୀ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବେଗୁନିଆ ବ୍ଳକର ବହୁ ଗରିବ ଅସହାୟମାନଙ୍କର ବିଭିନ୍ନ ସମସ୍ୟା ବିଷୟରେ ବୁଝିଥିଲେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ରାସନକାର୍ଡ ବଣ୍ଟନ ଭଳି ଅନେକ ଯୋଜନା ବେଗୁନିଆ ବ୍ଳକରେ ବାଟମାରଣା ହେଉଛି । ପ୍ରକୃତ ହିତାଧିକାରୀ ବଞ୍ଚିତ ରହୁଥିବାରୁ ସାଂସଦ ଅପରାଜିତା ଷଡଙ୍ଗୀ ଏହାକୁ ଗୁରୁତ୍ୱଭାବେ ନେଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେପି ଜିଲ୍ଲା ସମ୍ପାଦକ ପ୍ରକାଶ ବିଜୁଳି, ବେଗୁନିଆ ନିର୍ବାଚନ ମଣ୍ଡଳୀର ସାଂସଦ ପ୍ରତିନିଧି ଅନୁଚୌଧୁରୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଘୁନାଥ ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ରହିଥିଲେ। କୋଭିଡ ନିୟମ ଉଲଘଂନ କରିଥିବା ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସକୁ ବି.ଏମ.ସି ପକ୍ଷରୁ ସିଲ କରାଯାଇଥିବାରୁ, ସେ ଆଗାମୀ ୧୫ ଦିନ ଏଭଳି ରାସ୍ତା କଡରେ ଜନଶୁଣାଣୀ କାର୍ଯ୍ୟକ୍ରମ କରିବେ ବୋଲି ସେ ସୂଚନା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି