Masthead

ମହଣ ମହଣ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ ଦେବେ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ଶ୍ରୀଜିଉଙ୍କ ସୁନାବେଶ । ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ । ବର୍ଷବ୍ୟାପୀ ରତ୍ନବେଦିରେ ସୁନାବେଶରେ ଦର୍ଶନ ଦେଉଥିବା ମହାବାହୁ ମହଣ ମହଣ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ ଦେବେ ଦର୍ଶନ । ସୁନାର କିରିଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୁଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ୟ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା, ତଡ଼ଗି  ଆଦି ୧୩୮ ପ୍ରକାର ରତ୍ନଖଚିତ ସ୍ୱର୍ଣ୍ଣ ଅଳଙ୍କାର ପରିଧାନ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ସୁନାବେଶ ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଂଟ ହୋଇଛି । ନିର୍ଘଂଟ ନୀତି ଅନୁଯାୟୀ, ଅପରାହ୍ନ ୫ଟାରୁ ସୁନାବେଶ ଆରମ୍ଭ ହେବ । ରାତି ୧୦ଟା ପର୍ୟ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି ହେବ । ତଥାପି ନୀତିକାନ୍ତି ସଅଳ ହେଲେ, ଅପରାହ୍ନ ୩ଟାରୁ ସୁନାବେଶ ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି । ଶୃଙ୍ଖଳିତ ଦର୍ଶନ ତଥା ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରତିବର୍ଷ ଭଳି ମାର୍କେଟ୍‌ ଛକରୁ ବଡ଼ଦାଣ୍ଡରେ ବାରିକେଡ୍‌ ବ୍ୟବସ୍ଥା କରିବାକୁ ପ୍ରଶାସନ ଲକ୍ଷ୍ୟ ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା