Masthead

ବାହୁଡ଼ା ବେଳେ ଲାଗିଗଲା କରେଣ୍ଟ, ୬ ମୃତ

ତ୍ରିପୁରା (ବଡ଼ ଖବର ବ୍ୟୁରୋ): ବାହୁଡ଼ା ଯାତ୍ରା ବେଳେ ଅଘଟଣ । ରଥରେ ବିଦ୍ୟୁତ ତାର ଲାଗି ୬ ଜଣଙ୍କ ମୃତୁ୍ୟ । ଏଭଳି ଅଭାବନୀୟ ଘଟଣା ଘଟିଛି ତ୍ରିପୁରା ଉନାକୋଟି ଜିଲ୍ଲାରେ । ବିଦ୍ୟୁତ ଆଘାତରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ରଥଟି ଲୁହାରେ ନିର୍ମିତ ଥିଲା । ବାହୁଡ଼ା ଯାତ୍ରା ସମୟରେ ରଥଟି ଓଭରହେଡ୍ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ରଥରେ ବିଦ୍ୟୁତ୍ ପ୍ରଭାବିତ ହୋଇଥିଲା ।

ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିଲା । ମୃତକଙ୍କ ମଧ୍ୟରୁ ୨ ଜଣ ଶିଶୁ ଥିବା ଜଣାପଡ଼ିଛି ।  ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି । ସେପଟେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ଲୋକଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ଆହତଙ୍କ ପାଇଁ ୫୦ ହଜାର ଓ ମୃତକଙ୍କ ପରିବାର ପାଇଁ ୨ଲକ୍ଷ ଟଂକାର ସହାୟତା ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର