Masthead

୧୬ ଦିନରେ ୩ ଜଣଙ୍କୁ ଝାମ୍ପିନେଲାଣି ମଣିଷଖିଆ କୁମ୍ଭୀର

କେନ୍ଦ୍ରାପଡ଼ା   (ବଡ଼ ଖବର ବ୍ୟୁରୋ):  ବ୍ରାହ୍ମଣୀ ନଦୀରେ ବୃଦ୍ଧଙ୍କୁ ଝାମ୍ପିନେଲା କୁମ୍ଭୀର । ସକାଳୁ ସକାଳୁ ପଟ୍ଟାମୁଣ୍ଡାଇ ଘାଗରାଡିଆ ଗାଁରେ ଘଟିଛି ଅଘଟଣ । ପଟ୍ଟାମୁଣ୍ଡାଇ ବ୍ଲକ ତରଡିପାଳ ପଞ୍ଚାୟତର ଘାଗରାଡିଆ ଗ୍ରାମର ଗଙ୍ଗାଧର ତରାଇ ବ୍ରହ୍ମାଣୀ ନଦୀ ରେ ଗାଧୋଉ ଥିବା ବେଳେ କୁମ୍ଭୀର ଟାଣି ନେଇଛି । ଘଟଣା ସ୍ଥଳରେ ପଟ୍ଟାମୁଣ୍ଡାଇ ଓ ଆଳି ଦମକଳ ବାହିନୀ ଦୁଇଟି ପାୱାର ବୋଟ ଯୋଗେ ଖୋଜାଖୋଜି କରୁଥିବା ଜଣାପଡିଛି ।

୧୬ ଦିନ ମଧ୍ୟରେ କେନ୍ଦ୍ରାପଡ଼ାର ବ୍ରାହ୍ମଣୀ ନଦୀରେ ୩ ଜଣଙ୍କ ଜୀବନ ନେଲାଣି କୁମ୍ଭୀର। ରଜ ସମୟରେ ମା’ ଆଗରେ ନାବାଳକକୁ ନଦୀ ଭିତରକୁ କୁମ୍ଭୀର ଟାଣି ନେଇଥିଲା। ସେହିପରି ଗତ ୨୨ ତାରିଖରେ ରାଜନଗର ହାତିଆଗଡ଼ି ଗାଁର ଜଣେ ମହିଳାଙ୍କୁ କୁମ୍ଭୀର ନେଇ ଯାଇଥିଲା। ଆଜି ପୁଣି ଜଣେ ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେବା ପରେ ଅଞ୍ଚଳରେ ଆତଙ୍କ ଖେଳି ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ