ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କ ତୃପ୍ତି ପାଇଁ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ହେବ ଅଧରପଣା

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ଅଧରପଣା ନୀତି । ରଥରେ ୩ ଠାକୁରଙ୍କୁ ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହେବ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯିବ । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ। ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଛି।

ଏଥିପାଇଁ ସ୍ୱତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଛି । ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ମୁହଁରେ ତୁଣ୍ଡି ବାନ୍ଧି ପାଣି ଆଣିବେ । ପାଣି ଛଣା ହୋଇ ପିତ୍ତଳ ହଣ୍ଡାରେ ରଖାଯିବା ପରେ ସୁପକାର ବା ସୁଆରମାନେ ପଣା ପ୍ରସ୍ତୁତ କରିବେ । ଛାଚି, ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୁର, ଜାଇଫଳ ଆଦି ମିଶ୍ରଣରେ ଏହି ପଣା ପ୍ରସ୍ତୁତ କରାଯିବ। ପତ୍ରିବଡୁ, ସୁଆରବଡୁ, ଗରାବଡୁ ପାଳିଆ ସେବକ ଏବଂ ପୂଜାପଣ୍ଡା ସେବକ ପଣା ହାଣ୍ଡିକୁ ତିନି ରଥର ପୋଖରିଆ ଉପରେ ପୂଜାର୍ଚ୍ଚନା କରିବା ପରେ ଏହା ଭଙ୍ଗାଯିବ। ଅଶରୀରିମାନଙ୍କ ଉଦ୍ଧାର ପାଇଁ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯିବାର ପରମ୍ପରା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’