Masthead

ଅଭିମାନିନୀ ସାଆନ୍ତାଣୀଙ୍କୁ ବୁଝାଇବେ ସାଆନ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ଋଷିଛନ୍ତି ସାଆନ୍ତାଣି । ରସଗୋଲା ଖୁଆଇ ମାନଭଞ୍ଜନ କରିବେ ମହାବାହୁ । ଆଜି ନୀଳାଦ୍ରୀ ବିଜେ । ୯ ଦିନ ଜନ୍ମବେଦୀରେ ଲୀଳାଖେଳା ସାରି ଆଜି ରତ୍ନବେଦୀକୁ ବିଜେ କରିବେ ମହାବାହୁ । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ହୁଏ । । ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ। ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରାଇଥାନ୍ତି।

ତା’ପରେ ଗୋଟି ପହଣ୍ଡି କ୍ରମରେ ପ୍ରଥମେ ସୁଦର୍ଶନ ପରେ ବଳଭଦ୍ର, ମାଆ ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରନ୍ତି । ପରେ ଆରମ୍ଭ ହୁଏ ମହାପ୍ରଭୁଙ୍କ ପହଣ୍ଡି । ଜଗନ୍ନାଥ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ମାଆ ସାଆନ୍ତାଣି ଚାହାଣି ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢ଼ାଇଥାନ୍ତି। ଏହି ସମୟରେ ପରମ୍ପର ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ୱାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ୱାର ଖୋଲିଯାଏ।

ପୁନଶ୍ଚ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ୱାର ନିକଟରେ ବିଜେ କରିବା ସମୟରେ ଉକ୍ତ ଦ୍ୱାର ଭିତର ପଟୁ ବନ୍ଦ କରାଯାଇଥାଏ। ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ୱାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ୱାରର ଅପରପାର୍ଶ୍ୱରେ ରହିଥାନ୍ତି । ପରମ୍ପରା ଅନୁଯାୟୀ ଉଭୟଙ୍କ ମଧ୍ୟରେ ହୁଏ କଥାକଟି । ପରେ ମହାପ୍ରଭୁ ପହଣ୍ଡି ବିଜେରେ ଭିତର କାଠ ସମ୍ମୁଖସ୍ଥ ଭଣ୍ଡାର ଘରଠାରେ ପହଞ୍ଚି ରସଗୋଲା ଭୋଗ ଇତ୍ୟାଦି ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ସମାହିତ ହୋଇଥାଏ। ଯାହାକୁ ଓଡ଼ିଆ ପରମ୍ପରାରେ ମାଆ ଲକ୍ଷ୍ମୀଙ୍କ ମାନଭଞ୍ଜନ ବୋଲି କୁହାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି