Masthead

ରତ୍ନବେଦୀକୁ ଫେରିଯିବେ ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ନୀଳାଦ୍ରିବିଜେ । ରତ୍ନବେଦୀକୁ ଫେରିଯିବେ ମହାପ୍ରଭୁ । ମହାଲକ୍ଷ୍ମୀଙ୍କ ମାନଭଂଜନ କରି ଶ୍ରୀମନ୍ଦିରରେ ପ୍ରବେଶ କରିବେ ଓ ରତ୍ନ-ସିଂହାସନରେ ପୁନଃ ବିରାଜମାନ କରିବେ। ଆଜି ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଅନ୍ତିମ ଦିନ। ପରମ୍ପରା ଅନୁଯାୟୀ ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ଓ ତୟୋଦଶୀ ତିଥିରେ ନୀଳାଦ୍ରିବିଜେ ହୋଇଥାଏ।

ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯାଏ। ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ। ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରାଇଥାନ୍ତି। ତା’ପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ