ମାଓବାଦୀଙ୍କ ଲଙ୍କାକାଣ୍ଡ, ଜାଳି ଦେଲେ ୯ ଗାଡ଼ି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ଲାଲବାହିନୀର ଲାଲତାଣ୍ଡବ । କ୍ରସରରେ ଥିବା ୯ ଗାଡ଼ି ଜାଳି ଦେଲେ ମାଓବାଦୀ । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଦେଓପୁକୁଲିରେ ଅଘଟଣ । ୧୦ରୁ ଅଧିକ ମାଓବାଦୀ ନିଆଁ ଲଗାଇଥିବା ସୂଚନା । ଗତକାଲି ବିଳମ୍ବିତ ରାତିରେ ୧୦ରୁ ଉର୍ଦ୍ଧ୍ବ ସଶସ୍ତ୍ର ମାଓବାଦୀ ମାନେ ମୁନିଗୁଡା ସହର ଠାରୁ ପ୍ରାୟ ୭ କିଲୋମିଟର ଦୂର ଦେଓପୁକୁଲିରେ ଥିବା କ୍ରସର ଭିତରକୁ ପଶିଆସି ଥିଲେ।

କ୍ରସରର ଚାରିପଟେ ଘେରା କରିବା ସହିତ ବନ୍ଧୁକ ମୁନରେ କର୍ମଚାରୀଙ୍କୁ ଗୋଟିଏ ପାଖକୁ କରି କ୍ରସରକୁ ନିଜ କବଜାକୁ ନେଇଗଲେ। ପରେ କ୍ରସରରେ ଥିବା ଡିଜେଲ ପକାଇ ଦୁଇଟି ପ୍ରୋକ୍ଲିନ, ୫ଟି ହାଇୱା, ୨ଟି ଲୋଡର ସମେତ ମୋଟ ୯ଟି ମେସିନରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି ଲାଲ ବାହିନୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ