Masthead

ଗିରଫ ନହେବା ପଛରେ ମନ୍ତ୍ରୀଙ୍କ ହାତ: ଠାକୁର ରଞ୍ଜିତ ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ଏସସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଏନବିଡ଼ବ୍ଲୁ ଜାରି ସତ୍ତ୍ୱେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ ନ କରିବାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେପି ମୁଖପାତ୍ର ଠାକୁର ରଞ୍ଜିତ ଦାସ । ୨୮ରୁ କୋର୍ଟ ଅଭିଯୁକ୍ତ ଡିଏଫଓ, ବିଦ୍ୟାଭାରତୀ ଏବଂ ରୋଷେୟା ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିବା ସତ୍ତ୍ୱେ କାହିଁକି ଆଜି ଯାଏଁ ପୋଲିସ ତାକୁ କାର୍ୟ୍ୟକାରୀ କରୁନି । ଗିରଫ ନହେବା ପଛରେ ତତ୍କାଳୀନ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ତଥା ଏବେର ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ପୃଷ୍ଠ ପୋଷକତା ସାଜିଥିବା ବିଜେପିର ଅଭିଯୋଗ।

ଏବେ ବି ମନ୍ତ୍ରୀ ଡ଼ିଏଫଓଙ୍କ ପଛରେ ଢାଲ ହୋଇ ରହିଛନ୍ତି। ସେତେବେଳେ ଘଟଣାକୁ ଦୁର୍ଘଟଣା ରୂପ ଦେଇ ଡିଏଫଓ ଏବଂ ବିଦ୍ୟାଭାରତୀଙ୍କୁ ସୁରକ୍ଷା ଦେଇଥିଲା ପୋଲିସ। ଆଜି ଯେତେବେଳେ କୋର୍ଟରୁ ନ୍ୟାୟ ମିଳିଛି ହେଲେ ପୋଲିସ ତାଙ୍କୁ ନ୍ୟାୟ ଦେବାରେ ବାଧକ ସାଜିଛି। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଦାବି କରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା