୧୬ ଜିଲ୍ଲାରୁ ୧୭୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବର୍ଷା ଋତୁ ଆରମ୍ଭ ନ ହେଉଣୁ ଡରାଇଲାଣି ଡେଙ୍ଗୁ । ୧୬ ଜିଲ୍ଲାରୁ ୧୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଭୁବନେଶ୍ୱରରୁ ୮୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଡେଙ୍ଗୁର ହଟସ୍ପଟ ପାଲଟିଛି ରାଜଧାନୀର ସାଲିଆସାହି । ସାଲିଆସାହି ଅଞ୍ଚଳରୁ ଡେଙ୍ଗୁରେ ଆକ୍ରାନ୍ତ ହେଲେଣି ୨୦ ଜଣ। ପ୍ରଶାସନ ପକ୍ଷରୁ ପରିମଳ ନେଇ କୌଣସି ପଦକ୍ଷେପ ନିଆଯାଉ ନଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଦେଖାଦେଲାଣି ଅସନ୍ତୋଷ। ସେହିଭଳି କ୍ୟାପିଟାଲ ହସ୍ପିଟାଲକୁ ଏବେ ପ୍ରତିଦିନ ୪-୫ ଜଣ ଡେଙ୍ଗୁ ରୋଗୀ ଆସୁଥିବା କହିଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।

ସେପଟେ ଡେଙ୍ଗୁ ମୁକାବିଲା ଲାଗି ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛି ସ୍ୱାସ୍ଥ୍ୟ ବିଭାଗ । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଡେଙ୍ଗୁ ପାଇଁ ସତର୍କତାମୂଳକ ପଦକ୍ଷେପ ନେବା ପାଇଁ ସବୁ ଜିଲ୍ଲାକୁ ଜାରି ହୋଇଛି ଏସ୍ଓପି । ଡେଙ୍ଗୁ ଚିକିତ୍ସା ଲାଗି ଡେଡିକେଟେଡ୍ ବେଡ୍ ସମେତ ପର୍ୟ୍ୟାପ୍ତ ଔଷଧ, ରକ୍ତ, ପ୍ଲାଟିଲେଟ୍ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର ୪୦ଟି ସେଣ୍ଟିନେଲ ସାଇଟରେ ଏଲିସା ପଦ୍ଧତିରେ ଡେଙ୍ଗୁ ଟେଷ୍ଟ କରାଯିବା ସହ ଟେଷ୍ଟିଂ ବଢ଼ାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’