Masthead

ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବଦଳିବ ପାଗ । ତାତିରୁ ମିଳିବ ଆଶ୍ୱସ୍ତି । ସକ୍ରିୟ ହେଉଛି ଲଘୁଚାପ । ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଏଥିପାଇଁ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବିଶେଷକରି ଦକ୍ଷିଣ ଓଡିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

୧୬ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବାବେଳେ ୯ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି ହୋଇଛି । ୧୨ ଜିଲ୍ଲାକୁ ବଜ୍ରପାତ ପାଇଁ ଆଲର୍ଟ ଜାରି ହୋଇଛି । କାଲିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା