Masthead

ଆଜିଠୁ କଂକ୍ରିଟ୍ ପୋଲ ଦେଇ ଧବଳେଶ୍ୱର ଦର୍ଶନ

କଟକ(ବଡ଼ ଖବର ବ୍ୟୁରୋ): ଆଜିଠୁ ଭକ୍ତ କଂକ୍ରିଟ୍ ପୋଲ ଦେଇ ଦର୍ଶନ କରିବେ ଧବଳେଶ୍ୱର । ନୂଆ ନିର୍ମାଣ କରାଯାଇଥିବା କଂକ୍ରିଟ ବ୍ରିଜ୍ ଦେଇ ଆଜିଠୁ ବାବା ଧବଳେଶ୍ୱରଙ୍କ ପୀଠକୁ ଯାଇପାରିବେ ଶ୍ରଦ୍ଧାଳୁ। ଶ୍ରଦ୍ଧାଳୁଙ୍କ ଯିବା ଆସିବା ପାଇଁ ଲାଗି ରହିଥିବା ସମସ୍ୟାର ହେବ ସମାଧାନ ହୋଇଛି । ବ୍ରିଜ କାର୍ଯ୍ୟ ସଂପୂର୍ଣ୍ଣ ହୋଇନଥିଲେ ମଧ୍ୟ ଆଜିଠାରୁ ଭକ୍ତଙ୍କୁ ଛଡାଯିବା ନେଇ ସୂଚନା ଦେଇଛନ୍ତି ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ।

ଜୁନ ୩୦ରେ ମହାନଦୀରେ ପାଣି ଆସିବାରୁ ଧବଳେଶ୍ୱର ଯିବାକୁ ଥିବା ଅସ୍ଥାୟୀ ରାସ୍ତା ଧୋଇ ଯାଇଥିଲା। ଏହ ଦ୍ୱାରା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ଥିଲେ ଶ୍ରଦ୍ଧାଳୁ। ଶ୍ରାବଣ ମାସ ଚାଲିଥିବାରୁ କାଉଡ଼ିଆ ଏବଂ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ରିଜ୍ ରାସ୍ତା ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି।

ସୂଚନା ଅନୁସାରେ, ଝୁଲାପୋଲ ଅସୁରକ୍ଷିତ ଦର୍ଶାଇ ନଭେମ୍ବର ୧ ତାରିଖ ଠାରୁ ଧବଳେଶ୍ୱରଙ୍କ ପୀଠକୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ବନ୍ଦ ରଖାଯାଇଥିଲା। ୧୪୪ ଧାରା ଲଗାଇ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଲଗାଯାଇଥିଲା। ୨୦୦୬ ମସିହାରେ ନିର୍ମିତ ହୋଇଥିବା ଏହି ପୋଲରେ ଫାଟ ସୃଷ୍ଟି ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ