Masthead

ଆଦିବାସୀଙ୍କ ଉପରେ ପରିସ୍ରା କଲେ ଯୁବକ

ମଧ୍ୟପ୍ରଦେଶ(ବଡ଼ ଖବର ବ୍ୟୁରୋ): ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଘଟଣା । ଜଣେ ଆଦିବାସୀଙ୍କ ଉପରେ ପରିସ୍ରା କରୁଛନ୍ତି ଜଣେ ଯୁବକ । ସେ ପୁଣି ବିଧାୟକଙ୍କ ପ୍ରତିନିଧି । ଏଭଳି ଚିତ୍ର ସାମ୍ନାକୁ ଆସିଛି ମଧ୍ୟପ୍ରଦେଶ ସିଦ୍ଧି ଜିଲ୍ଲାରୁ । ଜଣେ ଆଦିବାସୀ ଶ୍ରମିକଙ୍କ ଉପରେ ପରସ୍ରା କରିବା ଭଳି ଘୃଣ୍ୟ କାଣ୍ଡ ଘଟାଇଛନ୍ତି ଜଣେ ବ୍ୟକ୍ତି। ଆଦିବାସୀ ଶ୍ରମିକ ଜଣଙ୍କ ହେଲେ ପାଲେ କୋଲ। ତାଙ୍କ ଘର ସିଦ୍ଧିରେ ଓ ସେ ଶ୍ରମିକ ଭାବେ କାମ କରନ୍ତି। ପରିସ୍ରା କରିଥିବା ବ୍ୟକ୍ତି ଜଣଙ୍କ ହେଲେ ବିଜେପି ନେତା ତଥା ସ୍ଥାନୀୟ ବିଧାୟକଙ୍କ ପ୍ରତିନିଧୀ ପ୍ରବେଶ ଶୁକ୍ଳା । ଘଟଣା ବେଳର ଭିଡିଓ ସାମ୍ନାକୁ ଆସିବା ପରେ ଏହାକୁ ତୀବ୍ର ନିନ୍ଦା କରାଯାଇଛି।

ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି। ଅଭିଯୁକ୍ତ ବିରୋଧରେ ଜାତୀୟ ସୁରକ୍ଷା ଆଇନ ବା ଏନଏସ୍‌ଏ ଲାଗୁ କରାଯାଇଥିବା ସୂଚନା ଦେଇଛନ୍ତି। ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଲେଖିଛନ୍ତି, “ସିଦ୍ଧି ଜିଲ୍ଲାର ଗୋଟିଏ ଭାଇରା ଭିଡିଓ ମୋ ନଜରକୁ ଆସିଛି। ମୁଁ ଦୋଷୀକୁ ତୁରନ୍ତ ଗିରଫ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ଦୋଷୀ ବିରୋଧରେ ଏନଏସ୍‌ଏ ଲାଗୁ କରାଯାଇଛି। ତା’ ବିରୋଧରେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ।” ଘଟଣାଟି ବିଚ୍‌ ରାସ୍ତାରେ ୬ ଦିନ ତଳେ ଘଟିଥିବା ବେଳେ ପୁଲିସ୍‌ ମଙ୍ଗଳବାର ଏହାକୁ ଜାଣିବାକୁ ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ