Masthead

ପୋଲରୁ ଡେଇଁ ଆତ୍ମହତ୍ୟା

ଦେବଗଡ଼ (ବଡ଼ ଖବର ବ୍ୟୁରୋ): ବାରକୋଟ ଥାନା ନିକଟ ବ୍ରାହ୍ମଣୀ ପୋଲକୁ ଡେଇଁ ଜଣେ ଅଜଣା ବ୍ୟକ୍ତି ଆତ୍ମହତ୍ୟା କରିଥିବା ଜଣାପଡିଛି । ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଗୁରୁବାର ସନ୍ଧ୍ୟା ୬ଟା ସମୟରେ ବାରକୋଟ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଉପରେ ଥିବା ବ୍ରାହ୍ମଣୀ ନଈ ପୋଲରୁ ଜଣେ ଅଜଣା ବ୍ୟକ୍ତି ପାଣିକୁ ଡେଇଁ ପଡିଥିଲେ । କିଛି ବ୍ୟକ୍ତି ଏହା ଦେଖି ବାରକୋଟ ଥାନା ପୁଲିସକୁ ସୂଚନା ଦେଇଥିଲେ ।

ସୂଚନା ପାଇ ବାରକୋଟ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ଓ ନଦୀରେ ମାଛ ଧରିବାକୁ ଯାଇଥିବା କେତେକ ମାଛ ଧରାଳିଙ୍କ ସହାୟତାରେ ନଈରୁ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲେ। ସେଠାରୁ ତାଙ୍କୁ ଚିକିତ୍ସା ପାଇଁ ବାରକୋଟ ଡାକ୍ତରଖାନା ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବାରକୋଟ ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ