Masthead

୪୨ ବର୍ଷରେ କ୍ୟାପଟେନ କୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ କ୍ରିକେଟ ପାଇଁ ଆଜିର ଦିନଟି ବହୁତ ଖାସ । ଦୁନିଆର ଅନ୍ୟତମ ଶ୍ରେଷ୍ଠ ତଥା ଲୋକପ୍ରିୟ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଆଜି ଜନ୍ମଦିନ । ବିଶ୍ବର ସବୁଠାରୁ ସଫଳତମ ଅଧିନାୟକଙ୍କ ଜନ୍ମଦିନ ପାଇଁ ସାରା ବିଶ୍ବରୁ ଆସିଛି ଶୁଭେଚ୍ଛାର ବାର୍ତ୍ତା । ଭାରତକୁ ତିନୋଟି ଆଇସିସି ଟ୍ରଫି ଜିତାଇଥିବା ଧୋନି ୪୨ବର୍ଷରେ ପାଦ ଥାପିଛନ୍ତି । ତାଙ୍କ ନେତୃତ୍ୱରେ ଭାରତ ସେସବୁ ସଫଳତା ହାସଲ କରିଛି, ଯାହା ଦୁନିଆର କୌଣସି ଅଧିନାୟକ ତାହା କରିପାରିନାହାନ୍ତି ।

ଧୋନିଙ୍କ ନେତୃତ୍ୱରେ ଭାରତ ୨୦୦୭ରେ ଟି-ଟ୍ୱେଂଟି ବିଶ୍ୱକପ୍, ୨୦୧୧ରେ ଦିନିକିଆ ବିଶ୍ୱକପ୍ ଓ ୨୦୧୩ରେ ଚାମ୍ପିୟନ୍ସ ଟ୍ରଫିର ଟାଇଟଲ୍ ଜିତିଥିଲା । ଧୋନିଙ୍କ ନେତୃତ୍ୱରେ ଭାରତ ୬୦ ଟେଷ୍ଟରୁ ୨୭ଟି ଜିତିଛି । ସେହିପରି ୨୦୦ ଦିନିକିଆରେ ଧୋନି ୧୧୦ଟି ମ୍ୟାଚ୍ ଜିତିଥିବା ବେଳେ ୭୧ ଟି-୨୦ ମ୍ୟାଚରେ ୪୧ଟି ବିଜୟ ହାସଲ କରିଛନ୍ତି । କେବଳ ସେତିକି ନୁହେଁ, ଆଇପିଏଲରେ ମଧ୍ୟ ଧୋନି ସବୁଠାରୁ ସଫଳ ଅଧିନାୟକ ଭାବେ ୫ଟି ଟ୍ରଫି ଜିତି ରୋହିତ ଶର୍ମାଙ୍କ ରେକର୍ଡ ସମକକ୍ଷ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ