ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ, ହିଂସାରେ ଗଲାଣି ୧୦ ଜୀବନ

କୋଲକାତା  (ବଡ଼ ଖବର ବ୍ୟୁରୋ):  ପଶ୍ଚିମବଙ୍ଗରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଚାଲଛି ଭୋଟ ଗ୍ରହଣ । ଭୋଟ ବେଳେ ଦେଖା ଦେଇଛି ନିର୍ବାଚନୀ ହିଂସା । ହିଂସାରେ ଗଲାଣି ୧୦ ଜଣଙ୍କ ଜୀବନ । ବିଭିନ୍ନ ପଞ୍ଚାୟତରେ ବ୍ୟାପକ ହିଂସା ସହ ପୋଡ଼ା ମଧ୍ୟ ଦେଖିବାକୁ ମିଳିଛି । ମୁର୍ଶିବାଦରେ ପୋଲିସ ଦୁର୍ବୃତ୍ତମାନଙ୍କୁ ଘଉଡ଼ାଇ ଫାଙ୍କା ଗୁଳି ଚାଳନା କରିଛି । ଖାଲି ସେତିକି ନୁହେଁ କୁଚିବିହାରରେ ବାଲଟ ବକ୍ସ ଜାଳି ଦେଇଛନ୍ତି ଦୁବୃର୍ତ୍ତ । ସୁରକ୍ଷାବଳଙ୍କ ଉପସ୍ଥତିରେ ଜଳପାଇଗୁଡ଼ି ବୁଥରେ ବିଜେପି କର୍ମୀମାନେ ୨ଜଣ ତୃଣମୂଳ କଂଗ୍ରେସ ପ୍ରାର୍ଥୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ସେହିପରି ହୁଗୁଳିରେ ଜଣେ ତୃଣମୂଳ କଂଗ୍ରେସ ପ୍ରାର୍ଥୀଙ୍କୁ ମାଡ଼ ମରାଯାଇ ବୁଥ ଭିତରକୁ ଛଡ଼ାଯାଇ ନ ଥିବା ଅଭିଯୋଗ ହୋଇଛି।

ଅନ୍ୟପଟେ ନୁରପୁର ପଞ୍ଚାୟତର ଖୋଲାଖଲି ଅନ୍ତର୍ଗତ ୪୪ ଓ ୪୫ ନମ୍ବର ବୁଥରେ ଦୁର୍ବୃତ୍ତମାନେ ବାଲଟ୍ ଚୋରାଇ ନେଇଥିବା କଥା ବଙ୍ଗ ‘ବିଜେପି’ ସଭାପତି କହିଛନ୍ତି। ଏହାଛଡ଼ା, ପଞ୍ଚାୟତ ନିର୍ବାଚନ ଅବ୍ୟବହିତ ପୂର୍ବରୁ ତୃଣମୂଳ କଂଗ୍ରେସର ୪ଜଣ କର୍ମୀଙ୍କୁ ହତ୍ୟା କରାଯାଇଥିବା ରିପୋର୍ଟ ମିଳିଛି। ଗତରାତିରେ ରେଜିନଗରରେ ବୋମା ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଣଳେ ଖାରଗ୍ରାମରେ ଜଣକୁ ଛୁରି ଭୁସି ହତ୍ୟା କରାଯାଇଛି। ପୁଣି ଆଜି ସକାଳେ ବେଲଦାଙ୍ଗାରେ ଜଣକୁ ଗୁଳି ମାରି ହତ୍ୟା କରାଯାଇଛି। ସେହିପରି ଆଜି ସକାଳେ କୁଚ୍‌ବେହାର ତୁଫାନଗଞ୍ଜରେ ବି ଜଣେ ତୃଣମୂଳ କଂଗ୍ରେସ କର୍ମୀଙ୍କୁ ଗୁଳି ମାରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’