Masthead

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା (ବଡ଼ ଖବର ବ୍ୟୁରୋ):  ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଲାଗି ଶନିବାର ମତଦାନ ବେଳ ହିଂସା ଦେଖିବାକୁ ମିଳିଥିଲା । ମତଦାନ ବେଳେ ବୋମା ଫୁଟିବା ସହ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟି ୧୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରୁ ୧୦ ଜଣ ଶାସକ ଟିଏମ୍‌ସିର ହୋଇଥିବାବେଳେ ବିଜେପିରୁ ୩, ସିପିଆଇ(ଏମ୍)ରୁ ୨, କଂଗ୍ରେସରୁ ୩ କର୍ମୀ ରହିଛନ୍ତି। ମହିଳାମାନେ କେତେକ ବୁଥ୍‌ରୁ ବାଲଟ ବାକ୍ସ ଚୋରାଇ ନେବା ସହ ପୋଡ଼ିଦେଇଛନ୍ତି। ମୁର୍ଶିଦାବାଦ, ନଦିଆ, କୁଚ୍‌ବିହାର ଜିଲା ସମେତ ଦକ୍ଷିଣ ୨୪ ପ୍ରଗଣାର କେତେକ ଅଞ୍ଚଳ ଏବଂ ପୂର୍ବ ମେଦିନିପୁରର ନନ୍ଦିଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରୁ ହିଂସାକାଣ୍ଡ ଲାଗିରହିଥିଲା।

ନିର୍ବାଚକୁ ନେଇ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ଲାଗି ବିଜେପି ଦାବି କରିଛି। ପଞ୍ଚାୟତ ନିର୍ବାଚନ ହିଂସା ବିରୋଧରେ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ରାଜ୍ୟରେ ରାଷ୍ଟ୍ରପତି ଶାସନ ଦାବି କରିବା ସହ କାଳୀଘାଟରୁ ଶୋଭାଯାତ୍ରା ବାହାର କରିବାକୁ ଚେତାବନୀ ଦେଇଛନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ମୁକ୍ତ ଓ ଅବାଧ ନିର୍ବାଚନ ପ୍ରହେଳିକା। ଅନୁଚ୍ଛେଦ ୩୫୫ ଅନୁଯାୟୀ କେବଳ ରାଷ୍ଟ୍ରପତି ଶାସନ ଅଧୀନରେ ମୁକ୍ତ ଓ ଅବାଧ ନିର୍ବାଚନ ହୋଇପାରିବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା