Masthead

ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷା ଦାୟିତ୍ଵ ପ୍ରଦାନ ଦାବି

କର୍ଲାମୁଣ୍ଡା ବ୍ଲକ୍ ଅଧ୍ୟକ୍ଷା ପଦଚ୍ୟୁତ ମାମଲା

କର୍ଲାମୁଣ୍ଡା (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ବିପକ୍ଷରେ ଆଗତ ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ପରେ ଅଧ୍ୟକ୍ଷାଙ୍କ ପରାଜୟ ହୋଇଥିବାରୁ ଗତ ୧୨ ତାରିଖଠାରୁ ଅଧ୍ୟକ୍ଷ ପଦବୀ ଖାଲି ରହିଛି । କିନ୍ତୁ ଅଦ୍ୟାବଧି ଉପାଧ୍ୟକ୍ଷଙ୍କୁ ଅଧ୍ୟକ୍ଷ ଦାୟିତ୍ଵ ଦିଆଯାଇନାହିଁ । ତେଣୁ ଓଡ଼ିଶା ପଞ୍ଚାୟତ ସମିତି ଆଇନ ୧୯୫୯ ଧାରା ୨୦ କ (୩) ଅନୁଯାଇ ପଞ୍ଚାୟତ ସମିତି ଉପାଧ୍ୟକ୍ଷଙ୍କୁ ଅଧ୍ୟକ୍ଷ ଦାୟିତ୍ଵ ଦେବା ପାଇଁ ସମିତି ସଭ୍ୟ,ସଭ୍ୟାମାନେ ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛନ୍ତି ।

ସଭ୍ୟାମାନେ କହିଛନ୍ତି ଯେ ଭବାନୀପାଟଣା ଉପଜିଲ୍ଲାପାଳଙ୍କ ଅଫିସ ଆଦେଶ ପତ୍ର ସଂଖ୍ୟା ୫୭୮୨ ତା-୧୨-୧୦-୨୦୨୦ ଅନୁଯାୟୀ ଅଧ୍ୟକ୍ଷା ପଦବୀ ଖାଲି ରହିଛି । ଫଳରେ ପଞ୍ଚାୟତ ସମିତି କାମରେ ବାଧା ସୃଷ୍ଟି ହେଉଛି । ତେଣୁ ସମିତି ଆଇନ ୧୯୫୯ ଧାରା ୨୦ କ (୩) ଅନୁଯାଇ ତୁରନ୍ତ ଉପାଧ୍ୟକ୍ଷଙ୍କୁ ଅଧ୍ୟକ୍ଷ ଦାୟିତ୍ଵ ଦିଆଯାଉ । ନଚେତ ଏ ଦିଗରେ ପଦକ୍ଷେପ ନନେଲେ ଅନିର୍ଦ୍ଧିଷ୍ଟ କାଳ ପର୍ୟନ୍ତ କର୍ଲାମୁଣ୍ଡା ବ୍ଲକ ଅଫିସ ସମ୍ମୁଖରେ ଆମରଣ ଅନଶନ କରିବେ ବୋଲି ଉପାଧ୍ୟକ୍ଷାଙ୍କ ସମେତ ସମିତିସଭ୍ୟ,ସଭ୍ୟାମାନେ ଜିଲ୍ଲାପାଳଙ୍କୁ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି