Masthead

ମଣିଷ ଖାଇଲା ମଣିଷ ମାଂସ

ବାରିପଦା (ବଡ଼ ଖବର ବ୍ୟୁରୋ):  ମଣିଷ ସାଜିଲା ନର ରାକ୍ଷାସ । ମାଂସ ଖାଇବା ପାଇଁ ମଣିଷକୁ ବି ଛାଡ଼ିଲା ନାହିଁ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଦାନ୍ତୁଣ ଅଞ୍ଚଳରେ । ନିଶା ଅବସ୍ଥାରେ ଶବ ସତ୍କାର କରିବାକୁ ଯାଇ ଜୁଇରୁ ଆଣି ଖାଇଲେ ଦୋରପଡ଼ା ମାଂସ । ଗ୍ରାମବାସୀ ଦେଖି ଦୁଇ ଜଣଙ୍କୁ ଆଣି ଗ୍ରାମରେ ଅଟକ ରଖିଥିଲେ । ପରେ ପୋଲିସକୁ ଖବର ଦେଇ ଥିଲେ । ଦୁଇ ଅଭିଯୁକ୍ତ ହେଲେ ବଡସାହି ଥାନା ଅଧୀନ ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ସିଂ ଓ ନରେନ୍ଦ୍ର ସିଂ ।

ଯାହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ । ପରେ ଅଭିଯୁକ୍ତଙ୍କୁ ଥାନାକୁ ନେଇ ପଚରାଉଚରା ଜାରି ରଖିଛନ୍ତି । ସୂଚନା ଅନୁସାରେ ମଙ୍ଗଳବାର ବନ୍ଧସାହି ଗ୍ରାମର ଯୁବତୀ ମଧୁସ୍ମିତା ସିଂଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତର ମୃତ ଘୋଷଣା କରିବା ପରେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ଡାକ୍ତରଖାନାକୁ ପଠାଯାଇଥିଲା।

ସେଠାରୁ ଶବ ବ୍ୟବଚ୍ଛେଦ ହୋଇ ଘରକୁ ଆଣିବା ପରେ ଶବ ସତ୍କାର ପାଇଁ ଗାଁ ମଶାଣୀକୁ ନେଇଥିଲେ। ଶବ ପୋଡା ଚାଲିଥିବା ସମୟରେ ଦୁଇ ଜଣ ଲୋକ ଶବର ପୋଡା ମାଂସକୁ ଆଣି ଖାଇବାକୁ ଲାଗିଥିଲେ। ଏହା ଦେଖି ପରିବାର ଲୋକେ ଉତ୍ୟକ୍ତ ହୋଇ ଦୁଇ ଜଣକୁ ଗାଁ ମୁଣ୍ଡରେ ଅଟକ ରଖିଥିଲେ ଏନେଇ ଉତ୍ୟକ୍ତ ଲୋକେ ମାଡ ମାରିବା ସହ ଗାମୁଛାରେ ବାନ୍ଧି ଆଣିଥିବା ମାଂସକୁ ଉଦ୍ଧାର କରିଥିଲେ। ଫଳରେ ଗ୍ରାମରେ ଉତେଜନା ପ୍ରକାଶ ପାଇବା ପରେ ପୁଲିସ ଘଟଣା ସ୍ଥଳରେ ପହଂଚି ଥିଲା। ନିଶାଶକ୍ତ ଅବସ୍ଥାରେ ଦୁଇ ଜଣ ଥିବା ବେଳେ ଘଟଣାର ତଦନ୍ତ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ