ମଣିଷ ଖାଇଲା ମଣିଷ ମାଂସ

ବାରିପଦା (ବଡ଼ ଖବର ବ୍ୟୁରୋ):  ମଣିଷ ସାଜିଲା ନର ରାକ୍ଷାସ । ମାଂସ ଖାଇବା ପାଇଁ ମଣିଷକୁ ବି ଛାଡ଼ିଲା ନାହିଁ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଦାନ୍ତୁଣ ଅଞ୍ଚଳରେ । ନିଶା ଅବସ୍ଥାରେ ଶବ ସତ୍କାର କରିବାକୁ ଯାଇ ଜୁଇରୁ ଆଣି ଖାଇଲେ ଦୋରପଡ଼ା ମାଂସ । ଗ୍ରାମବାସୀ ଦେଖି ଦୁଇ ଜଣଙ୍କୁ ଆଣି ଗ୍ରାମରେ ଅଟକ ରଖିଥିଲେ । ପରେ ପୋଲିସକୁ ଖବର ଦେଇ ଥିଲେ । ଦୁଇ ଅଭିଯୁକ୍ତ ହେଲେ ବଡସାହି ଥାନା ଅଧୀନ ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ସିଂ ଓ ନରେନ୍ଦ୍ର ସିଂ ।

ଯାହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ । ପରେ ଅଭିଯୁକ୍ତଙ୍କୁ ଥାନାକୁ ନେଇ ପଚରାଉଚରା ଜାରି ରଖିଛନ୍ତି । ସୂଚନା ଅନୁସାରେ ମଙ୍ଗଳବାର ବନ୍ଧସାହି ଗ୍ରାମର ଯୁବତୀ ମଧୁସ୍ମିତା ସିଂଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତର ମୃତ ଘୋଷଣା କରିବା ପରେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ଡାକ୍ତରଖାନାକୁ ପଠାଯାଇଥିଲା।

ସେଠାରୁ ଶବ ବ୍ୟବଚ୍ଛେଦ ହୋଇ ଘରକୁ ଆଣିବା ପରେ ଶବ ସତ୍କାର ପାଇଁ ଗାଁ ମଶାଣୀକୁ ନେଇଥିଲେ। ଶବ ପୋଡା ଚାଲିଥିବା ସମୟରେ ଦୁଇ ଜଣ ଲୋକ ଶବର ପୋଡା ମାଂସକୁ ଆଣି ଖାଇବାକୁ ଲାଗିଥିଲେ। ଏହା ଦେଖି ପରିବାର ଲୋକେ ଉତ୍ୟକ୍ତ ହୋଇ ଦୁଇ ଜଣକୁ ଗାଁ ମୁଣ୍ଡରେ ଅଟକ ରଖିଥିଲେ ଏନେଇ ଉତ୍ୟକ୍ତ ଲୋକେ ମାଡ ମାରିବା ସହ ଗାମୁଛାରେ ବାନ୍ଧି ଆଣିଥିବା ମାଂସକୁ ଉଦ୍ଧାର କରିଥିଲେ। ଫଳରେ ଗ୍ରାମରେ ଉତେଜନା ପ୍ରକାଶ ପାଇବା ପରେ ପୁଲିସ ଘଟଣା ସ୍ଥଳରେ ପହଂଚି ଥିଲା। ନିଶାଶକ୍ତ ଅବସ୍ଥାରେ ଦୁଇ ଜଣ ଥିବା ବେଳେ ଘଟଣାର ତଦନ୍ତ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ