Masthead

ଶ୍ରୀମନ୍ଦିରରେ ଲାଗିବ ମହାପ୍ରସାଦ ଦର ତାଲିକା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଲାଗିବ ମହାପ୍ରସାଦ ଦର ତାଲିକା । ଏଣିକି ଆନନ୍ଦ ବଜାରରେ ରାବିଡି ବନ୍ଦ । ରୋଷଘରେ ପ୍ରସ୍ତୁତ ଭୋଗ ହିଁ ବିକି ପାରିବେ ସୁପକାର । ସୁପକାରଙ୍କୁ ପ୍ରଦାନ କରାଯିବ ପରିଚୟ ପତ୍ର । ଆନନ୍ଦବଜାରରେ ଖୋଲିବ ପୋଲିସ ସହାୟତା କେନ୍ଦ୍ର । ଆନନ୍ଦବଜାରରେ ବାରମ୍ବାର ବିଶୃଙ୍ଖଳା ଓ ଭକ୍ତଙ୍କୁ ଆକ୍ରମଣ ପରେ ଶୃଙ୍ଖଳା ଆଣିବାକୁ ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତି ନେଇଛି । ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟରେ ଅନୁଷ୍ଠିତ ଶୃଙ୍ଖଳା କମିଟି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ସୁଆର ମହାସୁଆର ନିଯୋଗ, ପରିଚାଳନା କମିଟି ସଦସ୍ୟ, ଶ୍ରୀମନ୍ଦିର ଓ ପୋଲିସ ପ୍ରଶାସନର ୧୧ ଜଣଙ୍କୁ ନେଇ ଏକ କୋର୍ କମିଟି ଗଠିତ ହୋଇଛି ।

ଆନନ୍ଦ ବଜାରରେ ଅଣ ସୁଆରଙ୍କୁ ଚିହ୍ନଟ କରି ବାହାର କରିବା, ଭକ୍ତଙ୍କ ପାଇଁ ମହାପ୍ରସାଦର ରେଟ୍ ଚାଟ୍ ଲଗାଇବା, ଭକ୍ତଙ୍କ ପାଇଁ ପର୍ୟ୍ୟାପ୍ତ ପାନୀୟ ଜଳ, ଆନନ୍ଦ ବଜାରରେ ହେଲ୍ପ ଡେସ୍କ ଗଠନ, ଆନନ୍ଦ ବଜାରରେ ସଫେଇ ଓ ସ୍ୱଚ୍ଛତା ପ୍ରତି ଗୁରୁତ୍ୱ, ଜରି କାଢ଼ି ସେଡ୍ ବ୍ୟବସ୍ଥା, ଉତ୍ତର ଦୁଆରରେ ସୁଆର ମହାସୁଆର ନିଯୋଗ ପକ୍ଷରୁ ଭକ୍ତଙ୍କୁ ଶୁଖିଲା ଓ ମହାପ୍ରସାଦ ଯୋଗାଇବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଦାବି କରିଛି ସୁଆର ମହାସୁଆର ନିଯୋଗ। ସମସ୍ତ ଦାବିକୁ ପ୍ରଶାସନ ଗ୍ରହଣ କରିବା ସହ ଗଠିତ ହୋଇଥିବା କୋର୍ କମିଟି ଆସନ୍ତା ୭ ଦିନ ଭିତରେ ରିପୋର୍ଟ ଦେବ ବୋଲି କୁହାଯାଇଛି ।

କିଏ, କେଉଁଠି, କେତେ ପରିମାଣର ମହାପ୍ରସାଦ ବିକ୍ରି କରିବ, ତାର ସବିଶେଷ ତାଲିକା ନିଯୋଗ ଦେବ। ଏହି ତାଲିକା ଆଧାରରେ ଅଣସୁପକାର ଓ ଅନ୍ୟ ବ୍ୟକ୍ତିଙ୍କୁ ଆନନ୍ଦବଜାରରୁ ତଡ଼ାଯିବ। କେଉଁ ଜାଗାରେ ସୁପକାରମାନେ ମହାପ୍ରସାଦ ବିକିବେ, ସ୍ଥାନ ଚିହ୍ନଟ ହେବ। ସେହି ଅନୁସାରେ ଷ୍ଟଲ୍‌ ସବୁର ନମ୍ବରିଂ ହେବ । କୋଇଲି ବୈକୁଣ୍ଠ, ଭୋଗମଣ୍ଡପ ନିକଟରେ ମହାପ୍ରସାଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ ହେବ। କେବଳ ଶ୍ରୀମନ୍ଦିର ରୋଷଘରେ ପ୍ରସ୍ତୁତ ଭୋଗ ହିଁ ଆନନ୍ଦବଜାରରେ ବିକ୍ରି ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼