Masthead

ଜେଲରେ କଏଦୀଙ୍କ ମୃତ୍ୟୁ, ହତ୍ୟା ସନ୍ଦେହ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜେଲରେ ଜଣେ ବିଚାରଧୀନ କଏଦୀଙ୍କର ମୃତ୍ୟୁ ହୋଇଛି । ମୃତ କଏଦୀ ଜଣଙ୍କ ହେଲେ ତନରଡା ଗ୍ରାମର ଚରଣ ବେହେରା(୪୦) । ଏକ ଚୋରି ମାମଲାରେ ବେଲଗଣ୍ଠା ପୋଲିସ ତାଙ୍କୁ ୫ ଦିନ ପୁର୍ବରୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

ଆଜି ସକାଳୁ କଏଦୀ ଜଣଙ୍କ ଅଚେତ ହୋଇଯିବା ଦେଖି ଜେଲ କର୍ତ୍ତୁପକ୍ଷ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରିବାର ଲୋକେ ଖବର ପାଇ ଭଞ୍ଜନଗର ମେଡ଼ିକାଲ ପହଞ୍ଚିଥିଲେ। ମୃତଦେହର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖି ଜେଲରେ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ।

ଚରଣଙ୍କ ତିନୋଟି ପୁଅ ଝିଅ ରହିଛନ୍ତି ସେମାନଙ୍କ ଭରଣ ପୋଷଣ ଲାଗି କ୍ଷତିପୂରଣ ଦାବି କରିବା ସହିତ ଉଚ୍ଚସ୍ତରୀୟ ତଦନ୍ତ କରି ପରିବାର ଲୋକଙ୍କୁ ନ୍ୟାୟ ପାଇଁ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ