Masthead

ବିପଦ ସଙ୍କେତଠାରୁ ୨ ମିଟର ଉପରେ ପ୍ରବାହିତ ହେଉଛି ଯମୁନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏବେବି ଦିଲ୍ଲୀରେ ସ୍ଥିତି ବେହାଲ । ଚାରିଆଡେ ଖାଲି ପାଣି ଆଉ ପାଣି । ବିପଦ ସଙ୍କେତଠାରୁ ୨ ମିଟର ଉପରେ ପ୍ରବାହିତ ହେଉଛି ଯମୁନାର ଜଳସ୍ତର । ୪୫ ବର୍ଷର ରେକର୍ଡ ଭାଙ୍ଗିଛି ଯମୁନା । ତଳିଆ ଅଞ୍ଚଳରୁ ଭିଆଇପି ଏରିଆ ଯାଏଁ, ସବୁଆଡ଼େ ଜଳବନ୍ଦୀ ସ୍ଥିତି। ଆଗକୁ ବି କିଛି ଦିନ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଜଳଦୁର୍ଦ୍ଦଶାର ପ୍ରଶମନ ପାଇଁ ଏନଡିଆରଏଫ ସହିତ ସ୍ଥଳସେନା ଓ ନୌସେନାକୁ ନିୟୋଜିତ କରାଯାଇଛି ।

୨୫ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର ମଧ୍ୟ କରାଯାଇଛି । ଏବଂ ପାଣି ସ୍ରୋତରେ ଭାସିଯାଇ ୩ ଜଣଙ୍କ ଜୀବନ ମଧ୍ୟ ଯାଇଛି । ଯମୁନାରେ ଜଳସ୍ତର କମୁଥିଲେ ବି ପାଣିରେ ଭାସୁଛି କ୍ୟାପିଟାଲ । ସେଣ୍ଟ୍ରାଲ୍ ଦିଲ୍ଲୀ, ଆଇଟିଓ, ରାଜଘାଟ, ହନୁମାନ ମନ୍ଦିର, ଯମୁନା ବଜାର, ଗୀତା କଲୋନି, ସିଭିଲ୍ ଲାଇନ୍, ରିଙ୍ଗରୋଡ୍ ଏପରିକି ସୁପ୍ରିମକୋର୍ଟ ଆଖପାଖ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଜାରି ରହିଛି । ନଦୀର ଭ୍ରମ ସୃଷ୍ଟି କରୁଛି ରାଜଧାନୀର ରାଜରାସ୍ତା। ରେସ୍କ୍ୟୁ ଅପରେସନରେ ୧୬ଟି ଏନଡିଆରଏଫ ଟିମ୍ ନିୟୋଜିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..