Masthead

୫ ଦିନ ପ୍ରବଳ ବର୍ଷିବ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ, ପ୍ରଭାବରେ ଭିଜୁଛି ସାରା ଓଡ଼ିଶା । ଗତ ୨୪ ଘଣ୍ଟାରେ ସକ୍ରିୟ ହୋଇଛି ମୌସୁମୀ, ସ୍ୱଭାବିକ ତୁଳନାରେ ଅଧିକ ପରିମାଣରେ ହୋଇଛି ବର୍ଷା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭. ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱଭାବିକ ଠାରୁ ୧୦୩ ପ୍ରତିଶତ ଅଧିକ । ଝାଡ଼ସୁଗୁଡାର କିରମିରାରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ପଛକୁ ରହିଛି ଲଇକେରା। ସେଠାରେ ମଧ୍ୟ ୧୮୪.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ରାଜ୍ୟରେ ୧୧ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଥିଲା ବେଳେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ଛେଚିବ ବର୍ଷା । ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼, ଝାରରସୁଗୁଡା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପଣିପାଗ ବିଭାଗ ।

ପାଣିପାଗ ବିବାଗରେ ସତର୍କତା ପରେ ଆକ୍ସନ ମୁଡରରେ ଏସଆରସି । ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ବନ୍ୟା ଆସଙ୍କାରୁ ଦୃଷ୍ଟିରେ ରଖି ତଳିଆ ଅଂଚଳରେ ସଠିକ ବ୍ୟବସ୍ତ କରିବା ପାଇଁ ନିର୍ଦେଶ ଦିଆଯାଥିବା ବେଳେ ସରକାରୀ କର୍ମଚାରୀଙ୍କୁ ହାଇଆର୍ଲଟରେ ରଖାଯାଇଛି । କର୍ମଚାରୀ ମାନଙ୍କୁ ହେଡକାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ବ୍ୟୁରୋ ରିପୋର୍ଟ ବଡ଼ ଖବର

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା