Masthead

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା; ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡ଼ିଶା ଉପକୂଳ ଦେଇ ଝାଡଖଣ୍ଡ ଏବଂ ମଧ୍ୟପ୍ରଦେଶ ମୁହାଁ ହୋଇଛି ଲଘୁଚାପ । ପ୍ରବଳ ବର୍ଷାନେଇ ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡା, ବରଗଡ଼, କନ୍ଧମାଳକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଜୁନ ୧ରୁ ୧୬ ଜୁଲାଇ ମଧ୍ୟରେ ରାଜ୍ୟରେ ୨୮୫. ୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏହା ସ୍ୱାଭାବିକ ବର୍ଷାଠାରୁ ୨୩ ପ୍ରତିଶତ ନିଅଣ୍ଟିଆ ରହିଛି । ଗତ ୨୪ ଘଣ୍ଟାର ବର୍ଷା ୫ ପ୍ରତିଶତ ନିଅଣ୍ଟିଆ ବର୍ଷାକୁ ଭରଣା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼