Masthead

ପଥର ଖାଦାନରେ ବିସ୍ଫୋରଣ

ଗୁଣୁପୁର, (ବଡ଼ ଖବର ବ୍ୟୁରୋ): ରାୟଗଡା ଜିଲ୍ଲା ଗୁଣୁପୁର ନିକଟସ୍ଥ ଓକିଲଗୁଡା ଗ୍ରାମ ଠାରେ ଥିବା ଏକ ବେଆଇନ ପଥର ଖାଦନରେ ଆଜି ଭୟଙ୍କର ବିସ୍ଫୋରଣ ଘଟି ୩ ଜଣ ଶ୍ରମିକ ଅତି ଶୋଚନୀୟ ଭାବେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ମୃତକ ୩ଜଣ ହେଲେ ଜଳତାର ପଞ୍ଚାୟତ ଲୁଙ୍ଗୁର ତାଳ ଗ୍ରାମର ଦୁଇ ଜଣ ଜମେଶ ଶବର ଓ କାଲବତୀ ଶବର ଏବଂ ଘନାନ୍ତ୍ରୀ ପଞ୍ଚାୟତ ସମ୍ପେନି ଗ୍ରାମର ବୁଡୁ ଶବର । ଏହି ବିସ୍ଫୋରଣରେ ଦୁଇଜଣ ପୁରୁଷ ଏବଂ ଜଣେ ମହିଳା ମୃତ୍ୟୁ ବରଣ କରିଛନ୍ତି। ଏହି ବିସ୍ଫୋରଣରେ ୫ ଜଣ ଆହତ ହୋଇଥିବା ବେଳେ ଏଥିରେ ଦୁଇ ଜଣ ଗୁରୁତର ରହିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ଗୁଣୁପୁର ଉପଜିଲ୍ଲାପାଳ ଜେ ସୋନାଲ, ତହସିଲଦାର, ବିଡ଼ିଓ, ଅଗ୍ନିଶମ ବିଭାଗ ଓ ଗୁଣୁପୁର ପୋଲିସ ପହଞ୍ଚି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ । ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ରେଡ଼କ୍ରସ ପାଣ୍ଠିରୁ ୨୦ହଜାର ଟଙ୍କା ଓ ଆହତଙ୍କ ପାଇଁ ୧୦ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ ଉପଜିଲ୍ଲାପାଳ ଘୋଷଣା କରିଥିଲେ ।

ତେବେ ଏହି ପଥର ଖାଦନର କୌଣସି କାଗଜ ପତ୍ର ନ ଥିବା ଓ ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି । ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରି ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ ଓ ମୃତକଙ୍କୁ ଉଚିତ କ୍ଷତିପୂରଣ କିପରି ମିଳିପାରିବ ସେଥିପ୍ରତି ପଦକ୍ଷେପ ନିଆଯିବ ବୋଲି ଉପ ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଶ୍ରମିକ ନେତା ତିରୁପତି ଗମାଙ୍ଗ ଏହା ଦୁର୍ଘଟଣା ନୁହେଁ ବିସ୍ଫୋରଣ ଘଟିଛି । ବେଆଇନ ଭାବେ ଏହା ଚାଲିଥିଲା । ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯାଉ ଓ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରି ଦୋଷୀ ବିରୁଦ୍ଧରେ ଦୃଡ଼ କାର୍ୟ୍ୟନୁଷ୍ଠାନ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ