ସ୍ତ୍ରୀ କୁ ହତ୍ୟା କଲା ସ୍ୱାମୀ

ବାଲେଶ୍ୱର( ବଡ଼ ଖବର ବ୍ୟୁରୋ ) ପାରିବାରିକ କଳହରୁ ଘଟିଲା ଅଘଟଣ । ସ୍ୱାମୀର ଟାଙ୍ଗିଆ ଚୋଟରେ ଗଲା ସ୍ତ୍ରୀ ର ଜୀବନ । ଏପରି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଳା ଜଳେଶ୍ୱର ଥାନା ଅର୍ନ୍ତଗତ ଚାଲନ୍ତି ଗାଁରେ । ମୃତ ମହିଳା ଜଣଙ୍କ ହେଲେ ଲିଲି ଦଣ୍ଡପାତ । ଗତକାଲି କୌଣସି ଏକ କଥାକୁ ନେଇ ଲିଲି ଓ ଅର୍ଜୁନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ପରେ ଏହି ଘଟଣା ଉଗ୍ରରୂପ ନେଇଥିଲା । ପରେ ଅର୍ଜୁନ ରାଗିଯାଇ ଏକ ଧାରୁଆ ଅସ୍ତ୍ର ଆଣି ଲିଲିଙ୍କୁ ହାଣି ଦେଇଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ଲିଲିଙ୍କୁ ନେଇ ଡାକ୍ତରଖାନାରେ ଭର୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅଭିଯୁକ୍ତଙ୍କୁ ପୋଲିସ ଥାନାରେ ଅଟକ ରଖି ତଦନ୍ତ ଜରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ