Masthead

ନୀତି ଆୟୋଗ ରିପୋର୍ଟ, ଓଡିଶାର କେଉଁ ଜିଲ୍ଲା ଗରିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନୀତି ଆୟୋଗଙ୍କ ଏକ ରିପୋର୍ଟ ଅନୁସାରେ ଦେଶରେ ଗତ ୫ ବର୍ଷ ମଧ୍ୟର ଦାରିଦ୍ର‌୍ୟ ହ୍ରାସ ପାଇଛି। ଆୟୋଗ ପକ୍ଷରୁ ଜାରି ‘ଜାତୀୟ ବହୁମୁଖୀ ଦାରିଦ୍ର‌୍ୟ ସୂଚୀ ଏକ ଅଗ୍ରଗତି ସମୀକ୍ଷା -୨୦୨୩’ ରିପୋର୍ଟ ଅନୁସାରେ ଗତ ପାଞ୍ଚ ବର୍ଷ ମଧ୍ୟରେ ସାରା ଦେଶରେ ରେକର୍ଡ ୧୩.୫ କୋଟି ଲୋକ ଦାରିଦ୍ର‌୍ୟ ରାକ୍ଷସ କବଳରୁ ମୁକ୍ତି ପାଇଛନ୍ତି।

ଆଉ ଏହି ସମୟ ମଧ୍ୟରେ ଓଡ଼ିଶାରେ ୬୨ ଲକ୍ଷ ୬୨ ହଜାର ୮୫୨ ଜଣ ଲୋକ ଦାରିଦ୍ର‌୍ୟମୁକ୍ତ ହୋଇଥିବା ରିପୋର୍ଟରେ କୁହାଯାଇଛି। ଓଡ଼ିଶାରେ ଦାରିଦ୍ର‌୍ୟ ହାର ଏହି ସମୟରେ ୨୯.୩୪ ପ୍ରତିଶତରୁ ୧୫.୮୬ ପ୍ରତିଶତକୁ ହ୍ରାସ ପାଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଗ୍ରାମାଞ୍ଚଳ ଦାରିଦ୍ର‌୍ୟ ହାର ୩୨.୬୪ ପ୍ରତିଶତରୁ ୧୭.୭୨ ପ୍ରତିଶତକୁ ଓ ସହରାଞ୍ଚଳରେ ୧୨.୩୨ ପ୍ରତିଶତରୁ ୫.୪୨ ପ୍ରତିଶତକୁ ହ୍ରାସ ପାଇଛି। ମାଲକାନାଗିରି ଜିଲ୍ଲାରେ ଦାରିଦ୍ର‌୍ୟ ହାର ରାଜ୍ୟରେ ସର୍ବାଧିକ ୪୫.୦୧ ପ୍ରତିଶତ ଥିବା ବେଳେ ପୁରୀରେ ସର୍ବନିମ୍ନ ୩.୨୯ ପ୍ରତିଶତ ରହିଛି।

ନୀତି ଆୟୋଗ ରିପୋର୍ଟ ଅନୁସାରେ ରାୟଗଡ଼ା ଜିଲ୍ଲାରେ ଦାରିଦ୍ର‌୍ୟ ହାର ୩୪.୦୩ ପ୍ରତିଶତ, କୋରାପୁଟରେ ୩୩.୫୪ , ନବରଙ୍ଗପୁରରେ ୩୩.୪୫ ଓ ମୟୂରଭଞ୍ଜରେ ୩୦.୫୭ ପ୍ରତିଶତ ରହିଛି। ୨୦୧୫-୧୬ ତୁଳନାରେ ୨୦୨୯-୨୦ରେ ରାଜ୍ୟର ସବୁ ଜିଲ୍ଲାରେ ଦାରିଦ୍ର‌୍ୟ ହ୍ରାସ ପାଇଛି। ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ଼, ଝାରସୁଗୁଡ଼ା, ସୋନପୁର, କେନ୍ଦ୍ରାପଡ଼ା, ବଲାଙ୍ଗୀର ଓ ସମ୍ବଲପୁରରେ ଦାରିଦ୍ର‌୍ୟ ହାର ୧୦ ପ୍ରତିଶତରୁ କମ୍ ରହିଛି। ଅନ୍ୟ ଜିଲ୍ଲା ଗୁଡ଼ିକରେ ଏହି ହାର ଦୁଇ ଅଙ୍କରେ ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼