‘ଯାହା ଘଟିଛି, ତାହାକୁ କୌଣସି ସଭ୍ୟ ସମାଜ ଗ୍ରହଣ କରିବେନି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମୀ ଅଧିବେଶନ । ଅଧିବେଶନ ଆରମ୍ଭରୁ ହୋଇଛି ହଙ୍ଗାମା । ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସଂସଦରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଯାହାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡ଼ଗେ । ସେପଟେ ମଣିପୁର ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କହିଛନ୍ତି ‘ଯାହା ଘଟିଛି, ତାହାକୁ କୌଣସି ସଭ୍ୟ ସମାଜ ଗ୍ରହଣ କରିବେନି ।

ମହିଳାମାନଙ୍କ କ୍ଷେତ୍ରରେ ଯାହା ଘଟିଛି, କାହାକୁ ଛଡ଼ାଯିବନି । ସମଗ୍ର ଘଟଣାରେ ୧୪୦ କୋଟି ଭାରତୀୟଙ୍କ ଇଜ୍ଜତ ଯାଇଛି । ମୁଁ ଦେଶବାସୀଙ୍କୁ କଥା ଦେଉଛି, କୌଣସି ଦୋଷୀଙ୍କୁ ଛଡାଯିବନି । ଆଇନ ତା ବାଟରେ ନିଶ୍ଚୟ କାମ କରିବ । ଏହାସହ ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତ ମୁଖ୍ୟମନ୍ତ୍ରୀ ନିଜ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଜବୁତ କରନ୍ତୁ । ଖାସକରି ମହିଳା ମାନଙ୍କ ସୁରକ୍ଷା ପାଇଁ କଠିନରୁ କଠିନ ପଦକ୍ଷେପ ନିଅନ୍ତୁ । ରାଜନୀତିରୁ ଉପରକୁ ଉଠି ମହିଳାଙ୍କ ସମ୍ମାନ ପ୍ରତି ଗୁରୁତ୍ୱ ଦିଅନ୍ତୁ । କୌଣସି ଦୋଷୀଙ୍କୁ ଛଡାଯିବନି । ଆଇନ ଅନୁଯାୟୀ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’