Masthead

ମଣିପୁର ଲଜ୍ଜା, ୪ ଅଭିଯୁକ୍ତ ଗିରଫ

ଇମ୍ଫାଲ(ବଡ଼ ଖବର ବ୍ୟୁରୋ): ମୁଣ୍ଡ ତଳକୁ କରୁଛି ମଣିପୁର ଲଜ୍ଜା । ଏଭଳି ଘଟଣାରେ ପୁରା ଦେଶ ମର୍ମାହତ । ୨ମହିଳାଙ୍କ ସହ ପାଶବିକ ଅତ୍ୟାଚାର ଦେଖି ହତଭାଗ ସାରା ଦେଶ । ୨ ମହିଳାଙ୍କୁ ନିବସ୍ତ୍ର କରି ବୁଲାଇବା ଘଟଣାରେ ଆଉ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଏନ.ବିରେନ୍ ସିଂ କହିଛନ୍ତି, ସବୁ ଦୋଷୀଙ୍କୁ ଧରିବାକୁ ପଦକ୍ଷେପ ନିଆଯାଉଛି। କେବଳ ସେତିକି ନୁହେଁ, ଦୋଷୀ ଯେପରି ମୃତ୍ୟୁଦଣ୍ଡ ପାଇବେ ସେଥିପାଇଁ ପଦକ୍ଷେପ ନେଉଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନା ଅନୁସାରେ ମେ ୪ ତାରିଖରେ ମଣିପୁର କାଙ୍ଗପୋକପି ଜିଲ୍ଲାରେ କିଛି ଲୋକ, ଦୁଇଜଣ ମହିଳାଙ୍କୁ ନିବସ୍ତ୍ର କରି ରାସ୍ତାରେ ଚଲାଇ ଚଲାଇ ନେବା ଏବଂ ଯୌନ ନିର୍ୟାତନା ଦେଇଥିବା ଅଭିଯୋଗ ହୋଇଛି । ଘଟଣାକୁ ନେଇ ସାରା ଦେଶରେ ତୀବ୍ର ବିରୋଧ ଦେଖିବାକୁ ମିଳିଛି । ସଂସଦରୁ ସଡ଼କ ସବୁଠି ଦେଖିବାକୁ ମିଳିଛି ବିରୋଧର ସ୍ୱର ।

ମୌସୁମୀ ଅଧିବେଶନର ପ୍ରଥମ ଦିନରେ ହିଁ, ମଣିପୁର ପ୍ରସଙ୍ଗକୁ ନେଇ ଉଭୟ ଗୃହରେ ତୁମ୍ବିତୋଫାନ କରିଛନ୍ତି ବିରୋଧୀ । ଏହି ପ୍ରସଙ୍ଗରେ ଗୃହରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ଗୃହ ବାହାରେ ପ୍ରତିକ୍ରିୟା ରଖୁଥିବା ବେଳେ ଗୃହ ଭିତରେ କାହିଁକି ନିରବ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା