Masthead

ମୁଖ୍ୟମନ୍ତ୍ରୀଙ୍କ ନୂଆ ରେକର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ରେକର୍ଡ । ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ । ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ ଜ୍ୟୋତି ବସୁ । ଏବେ ତାଙ୍କ ରେକର୍ଡ ଭାଙ୍ଗିଛନ୍ତି ନବୀନ । ୨୫ ବର୍ଷର ସରକାରରେ ପଂଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦବୀରେ ଅଛନ୍ତି ନବୀନ ।

୨୦୦୦ ମସିହା ମାର୍ଚ୍ଚ ୫ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ ପଟ୍ଟନାୟକ । ୧୯୯୭ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରାଜନୈତିକ କ୍ୟାରିଅର୍ ଆରମ୍ଭ କରିଥିଲେ । ମାର୍ଚ୍ଚ ୨୦୦୦ରେ ସେ ପ୍ରଥମ ଥର ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ। ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ନବୀନ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି ।

ଦେଶରେ ଲମ୍ବା ସମୟ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଙ୍ଗ । ତାଙ୍କର ମୁଖ୍ୟମନ୍ତ୍ରିତ୍ୱ ଅବଧି ରହିଛି ୨୪ ବର୍ଷ ୧୬୬ ଦିନ । ସେ ୧୯୯୪ ଡିସେମ୍ବର ୧୨ ରୁ ୨୦୧୯ ମେ ୨୭ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ରେକର୍ଡ ଉପରେ ବିରୋଧୀ କହିଛନ୍ତି, କିଏ ଲମ୍ବା ସମୟ ପର୍ଯ୍ୟନ୍ତ ପଦରେ ରହିଲା ତାହା ଇତିହାସରେ ସ୍ଥାନ ପାଏ ନାହିଁ । କିଏ କେତେ ସମୟ ରହିଲା ଏବଂ ଇତିହାସ ତିଆରି କଲା, ତାହା ଇତିହାସରେ ସ୍ଥାନ ପାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ