Masthead

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତେବେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଜୁଲାଇ ୨୫ରୁ ଜୁଲାଇ ୨୭ ଯାଏଁ ଓଡ଼ିଶାରେ ରହିବେ ରାଷ୍ଟ୍ରପତି । ଏହି ସମୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । କାର୍ଯ୍ୟକ୍ରମରେ ଯୋଗ ଦେଇ ଭୁବନେଶ୍ବର ଫେରିଯିବେ ତେବେ ଏହାପୂର୍ବରୁ ବ୍ଲୁ ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ଏହାସହ ୩ଟି କ୍ୱିକ୍ ରେସପନ୍ସ ଟିମ୍, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ରହିବେ । ସେହିଭଳି ୧୨ ଆଡିସିନାଲ ଡିସିପି, ୨୫ ଜଣ ଏସପି, ୪୦ ଜଣ ଇନସପେକ୍ଟର, ୧୨୦ ଜଣ ଏସଆଇ ଓ ଏଏସଆଇ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ନିୟୋଜିତ ରହିବେ । ସେହିଭଳି ୧୬୦ ଟ୍ରାଫିକ କର୍ମଚାରୀ ଓ ୧୫୦ ହୋମଗାର୍ଡ, ଅଗ୍ନିଶମ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା