Masthead

ସାପ କାମୁଡାରେ ଚାଲିଗଲା ଜୀବନ

ବାରିପଦା  (ବଡ଼ ଖବର ବ୍ୟୁରୋ):  ସାପ କାମୁଡାରେ ମାଆ ଗୁରୁତର, ଚାଲିଗଲା ଦେଢ ବର୍ଷ ଶିଶୁ ପୁତ୍ରର ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଶରତ ଥାନା କଟୁରିଆ ଗ୍ରାମରେ । କଟୁରିଆ ଗ୍ରାମର ମିନତୀ ମହାକୁଡ ନିଜର ଦେଢ ବର୍ଷର ଶିଶୁପୁତ୍ରକୁ ଧରି ଗତକାଲି ରାତିରେ ଘରେ ଶୋଇଥିଲେ । ହେଲେ ହଠାତ୍ ବିଳମ୍ବିତ ରାତିରେ ଏକ ବିଷାକ୍ତ ଚିତି ସାପ ଆସି ଉଭୟ ମା ଏବଂ ପୁଅକୁ କାମୁଡିଥିଲା ।

ମିନତୀଙ୍କ ସ୍ୱାମୀ ଏବଂ ପରିବାର ଲୋକେ ଏହା ଜାଣି ଆଜି ସକାଳ ସମୟରେ ଉଭୟ ମା ଏବଂ ପୁଅକୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତି କରିଥିଲେ । ହେଲେ ଡାକ୍ତରଖାନାରେ ଦେଢ ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ବେଳେ ମାଆ ମିନତୀଙ୍କ ଅବସ୍ଥା ଗୁରୁତର ରହିଥିଲା । ପ୍ରାଥମିକ ଚିକିତ୍ସା ପରେ ମିନତୀଙ୍କୁ ବାରିପଦା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ