Masthead

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା ଜୁଜୁମରା ଜଙ୍ଗଲ ବାନ୍ଦେଲ ସଂରକ୍ଷିତ ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଜୁଜୁମରା ଥାନା ଝାଡ଼ୁମୁଣ୍ଡା ଗାଁର ୨୪ ବର୍ଷୀୟ ନିଳାମ୍ବର ବନଛୋର । କେହି ଦୁର୍ବୃତ୍ତ ତାଙ୍କ ଗଳା କାଟି ଦେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି । ମୃତଦେହକୁ ଉଦ୍ଧାର ବ୍ୟବଛେଦ ଲାଗି ପଠାଇ ଦେଇଛି ପୋଲିସ । ଘଟଣାର ତନାଘନା କରୁଛି ପୋଲିସ । ପୁଅର ମୃତ୍ୟୁ ଖବର ପାଇବା ପରେ ନିଳାମ୍ବରଙ୍କ ପରିବାରରେ ଖେଳିଯାଇଛି ଦୁଃଖର ଛାୟା ।

ନିଳାମ୍ବର ମାମୁଁ ଘର ଝାଙ୍କରପାଲିକୁ ଯାଇଥିଲେ । ମାମୁଁ ଘରୁ ଗାଁକୁ ଫେରୁଥିବା ବେଳେ ନିଖୋଜ ହୋଇଯାଇଥିଲେ ନିଳାମ୍ବର । ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ । ଆଜି ସକାଳେ ନିଳାମ୍ବରଙ୍କ ମୃତଦେହ ମିଳିଛି । ଜଙ୍ଗଲରେ ବିଛାଯାଇଥିବା ବିଦ୍ୟୁତ ତାର ସସ୍ପର୍ଶରେ ଆସି ନିଳାମ୍ବରଙ୍କ ମୃତଦେହ ଅଧା ଜଳିଯାଇଛି । କେହି ଦୁର୍ବୃତ୍ତ ତାଙ୍କୁ ମାରିବା ପରେ ଜଙ୍ଗଲରେ ଫୋପାଡ଼ି ଦେଇଥିବା ସାଧାରଣରେ ଚର୍ଚ୍ଚା ହେଉଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼