ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା ଜୁଜୁମରା ଜଙ୍ଗଲ ବାନ୍ଦେଲ ସଂରକ୍ଷିତ ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଜୁଜୁମରା ଥାନା ଝାଡ଼ୁମୁଣ୍ଡା ଗାଁର ୨୪ ବର୍ଷୀୟ ନିଳାମ୍ବର ବନଛୋର । କେହି ଦୁର୍ବୃତ୍ତ ତାଙ୍କ ଗଳା କାଟି ଦେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି । ମୃତଦେହକୁ ଉଦ୍ଧାର ବ୍ୟବଛେଦ ଲାଗି ପଠାଇ ଦେଇଛି ପୋଲିସ । ଘଟଣାର ତନାଘନା କରୁଛି ପୋଲିସ । ପୁଅର ମୃତ୍ୟୁ ଖବର ପାଇବା ପରେ ନିଳାମ୍ବରଙ୍କ ପରିବାରରେ ଖେଳିଯାଇଛି ଦୁଃଖର ଛାୟା ।

ନିଳାମ୍ବର ମାମୁଁ ଘର ଝାଙ୍କରପାଲିକୁ ଯାଇଥିଲେ । ମାମୁଁ ଘରୁ ଗାଁକୁ ଫେରୁଥିବା ବେଳେ ନିଖୋଜ ହୋଇଯାଇଥିଲେ ନିଳାମ୍ବର । ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ । ଆଜି ସକାଳେ ନିଳାମ୍ବରଙ୍କ ମୃତଦେହ ମିଳିଛି । ଜଙ୍ଗଲରେ ବିଛାଯାଇଥିବା ବିଦ୍ୟୁତ ତାର ସସ୍ପର୍ଶରେ ଆସି ନିଳାମ୍ବରଙ୍କ ମୃତଦେହ ଅଧା ଜଳିଯାଇଛି । କେହି ଦୁର୍ବୃତ୍ତ ତାଙ୍କୁ ମାରିବା ପରେ ଜଙ୍ଗଲରେ ଫୋପାଡ଼ି ଦେଇଥିବା ସାଧାରଣରେ ଚର୍ଚ୍ଚା ହେଉଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’