Masthead

ମଣିପୁର ଲଜ୍ଜା ଘଟଣାର ତଦନ୍ତ କରିବ ସିବିଆଇ

ମଣିପୁର(ବଡ଼ ଖବର ବ୍ୟୁରୋ): ମଣିପୁରରେ ୨ ମହିଳାଙ୍କୁ ଉଲଗ୍ନ କରି ବୁଲାଯିବା ସହ ଅସଦାଚରଣ କରିବା ଘଟଣାରେ ତଦନ୍ତ କରିବ ସିବିଆଇ । ଗୃହ ମନ୍ତ୍ରାଳୟ ଏ ସଂକ୍ରାନ୍ତରେ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି । ଆଦିବାସୀ ଓ ଅଣଆଦିବାସୀ ସଂଘର୍ଷ ଯୋଗୁ ଅଶାନ୍ତ ହୋଇ ପଡ଼ିଥିବା ମଣିପୁରରେ ଦୁଇ ଜଣ ମହିଳାଙ୍କୁ ମେ’ ୪ ତାରିଖରେ ମୈତୈ ସଂପ୍ରଦାୟର ଲୋକ ବିଚ୍‌ ରାସ୍ତାରେ ନିବସ୍ତ୍ର କରି ଚଲାଇ ଚଲାଇ ନେଇଥିଲେ। ଏହାର ଭିଡିଓ ଜୁଲାଇ ୧୯ରେ ସାମ୍ନାକୁ ଆସିଥିଲା।

ଭିଡିଓ ଦେଖି ପୂରା ଦେଶ ଦୋହଲି ଯାଇଛି। ମଣିପୁର ମହିଳାଙ୍କ ଭାଇରାଲ ଭିଡିଓ ଯେଉଁ ମୋବାଇଲରୁ ହୋଇଥିଲା, ତାହାକୁ ଜବତ କରାଯାଇଛି ଏବଂ ଭିଡିଓ ଶୁଟିଂ କରିଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ତେବେ ଏହି ଘଟଣା ଘଟିବା ପରେ ସଂସଦ ଠାରୁ ଆରମ୍ଭ ଗାଁ ଗାଁରେ ଏହି ଘଟଣା ବିରୋଧରେ ସ୍ୱର ଉଠିବାରେ ଲାଗିଛି। କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ମଧ୍ୟ ମଣିପୁର ପ୍ରସଙ୍ଗକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ