Masthead

ଭାରତ-ୱେଷ୍ଟଇଣ୍ଡିଜ୍ ଦିନିକିଆ: ୧୧୪ ରନରେ ଅଲଆଉଟ୍ ହେଲା ୱେଷ୍ଟଇଣ୍ଡିଜ୍

ବାର୍ବାଡସ୍‌ (ବଡ଼ ଖବର ବ୍ୟୁରୋ):ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହୋଇଛି । ପ୍ରଥମ ଦିନିକିଆରେ ୱେଷ୍ଟଇଣ୍ଡିଜକୁ ୫ ୱିକେଟରେ ପରାସ୍ତ କରିଛି ଭାରତ । କୁଲଦୀପ ଯାଦବ ଓ ରବିନ୍ଦ୍ର ଜାଡେଜାଙ୍କ ଘାତକ ବୋଲିଂରେ ଘାଇଲା ହୋଇଥିଲା ଘରୋଇ ଦଳ । ୧୧୫ ରନ୍‌ ଲକ୍ଷ୍ୟରେ ଖେଳିଥିବା ଭାରତ ପାଇଁ ଶୀର୍ଷକ୍ରମରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବ୍ୟାଟିଂ ପାଇ ଆସିନଥିଲେ। ଫଳରେ ଭାରତ ୧୦୦ ରନ୍‌ ଭିତରେ ୫ ୱିକେଟ୍‌ ହରାଇ ଦେଇଥିଲା। ତଥାପି ଈଶାନ କିଶନଙ୍କ ଅର୍ଦ୍ଧଶତକ ଭାରତକୁ ସହଜ ବିଜୟ ଦେଇଥିଲା। ଏଥି ସହ ୱେଷ୍ଟଇଣ୍ଡିଜ୍ ବିପକ୍ଷ ଏହି ୩ ମ୍ୟାଚ୍ ଶୃଙ୍ଖଳାରେ ଭାରତ ୧-୦ରେ ଆଗୁଆ ହୋଇଛି। ବ୍ରିଜଟାଉନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଭାରତର ଅଧିନାୟକ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ଓ ମୁକେଶ କୁମାର ଦଳର ବୋଲିଂ କମାଣ ସମ୍ଭାଳିଥିଲେ।

ମ୍ୟାଚ୍‌ର ତୃତୀୟ ଓଭରରରେ ପାଣ୍ତ୍ୟା ବିସ୍ଫୋରକ କାୟେଲ ମେୟର୍ସଙ୍କୁ ଆଉଟ କରି ଭାରତକୁ ପ୍ରଥମ ସଫଳତା ଦେଇଥିଲେ। ଈଶାନଙ୍କ ସହ ସୂର୍ୟ୍ୟକୁମାର ଯାଦବ ଦ୍ବିତୀୟ ୱିକେଟ୍‌ରେ ୩୬ ରନ୍‌ ଯୋଡ଼ି ପାଳି ସମ୍ଭାଳିଥିଲେ।  ସୂର୍ୟ୍ୟକୁମାର ଭୁଲ୍‌ ସଟ୍‌ ଚୟନ କରି ଗୁଡ଼କେଶ ମୋତିଙ୍କ ବଲ୍‌ରେ ଏଲ୍‌ବିଡବ୍ଲୁ ହୋଇଯାଇଥିଲେ। ଈଶାନ କିଶନ ଆକର୍ଷଣୀୟ ଅର୍ଦ୍ଧଶତକ ହାସଲ କରିଥିଲେ ମଧ୍ୟ ଆଗକୁ ବଢ଼ି ପାରିନଥିଲେ। ଗୁଡ଼କେଶ‌ ମୋତିଙ୍କ ଦ୍ବିତୀୟ ଶିକାର ହୋଇଥିଲେ। ହାର୍ଦିକ୍ ପାଣ୍ଡ୍ୟାଙ୍କ ରନ୍ ଆଉଟ୍ ଏବଂ ଶାର୍ଦୁଳ ଠାକୁରଙ୍କ ସଅଳ ବିଦାୟ କାରଣରୁ ଭାରତ ୧୦୦ ରନ୍‌ ଭିତରେ ୫ ୱିକେଟ୍ ହରାଇ ଦେଇଥିଲା। ପଞ୍ଚମ ୱିକେଟ୍‌ର ପତନ ପରେ ରୋହିତ ବ୍ୟାଟିଂ କରିବାକୁ ଆସିଥିଲେ। ୱେଷ୍ଟଇଣ୍ଡିଜ ୨୩ ଓଭରରେ ୧୧୪ ରନ୍‌ କରିଥିବା ବେଳେ ଭାରତ ମଧ୍ୟ ୨୩ତମ ଓଭରରେ ୫ ୱିକେଟ୍‌ରେ ବିଜୟୀ ହୋଇଥିଲା।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ