ମଣିପୁର ଯାଇ ସ୍ଥିତି ଅନୁଧ୍ୟାନ କରିବ ବିରୋଧୀ ମେଣ୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ମଣିପୁର ଯିବ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ । ଇଣ୍ଡିଆର ଏକ ପ୍ରତିନିଧି ଦଳ ମଣିପୁର ଯାଇ ସ୍ଥିତି ଅନୁଧ୍ୟାନ କରିବେ । ଏବଂ ରାଜ୍ୟପାଳଙ୍କୁ ଭେଟିବେ ୨୦ ସାଂସଦ । ମଣିପୁର ଅଶାନ୍ତ ଜାରି ରହିଥିବାରୁ ୨ ଦିନିଆ ଗସ୍ତରେ ଯାଇ ସ୍ଥିତି ଅନୁଧ୍ୟାନ କରିବେ ପ୍ରତିନିଧି ମଣ୍ଡଳି । ବିରୋଧୀ ପକ୍ଷର ଏହି ଟିମ୍ ସ୍ଥିତି ଅନୁଧ୍ୟାନ କରିବା ପରେ ସଂସଦ ଓ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେବ । ବିରୋଧୀ ମେଂଟର ଏହି ମଣିପୁର ଗସ୍ତକୁ କଡ଼ା ସମାଲୋଚନା କରିଛନ୍ତି ବିଜେପି ସାଂସଦ ରବି କିଶନ । ସେ କହିଛନ୍ତି ଯେ, ଏହି ଟିମ୍ ମଣପୁର ବଦଳରେ ପାକିସ୍ତାନ ଓ ଚୀନ ଯିବା କଥା । ଏହାକୁ ନେଇ ବିବାଦ ଛିଡ଼ା ହୋଇଛି ।

ମଣିପୁରରେ ମେ’ ମାସରୁ ହିଂସା ଜାରି ରହିଛି । କୁକି ଓ ମୈତେୟୀ ସମୁଦାୟ ମଧ୍ୟରେ ଚାଲିଥିବା ସଂଘର୍ଷରେ ଏଯାଏଁ ଦେଢ଼ ଶହରୁ ଅଧିକ ଲୋକଙ୍କ ଜୀବନ ଯାଇସାରିଛି । ୫୦ ହଜାରରୁ ଅଧିକ ଘର ଛାଡ଼ି ସାରିଲେଣି । ନିକଟରେ ମଣିପୁରର ଏକ ଲଜ୍ଜାଜନକ ଭିଡିଓ ମଧ୍ୟ ସାମ୍ନାକୁ ଆସିଥିଲା । ଏହି ପ୍ରସଙ୍ଗକୁ ନେଇ ସଂସଦରେ ହୋହଲ୍ଲା ଚାଲିଛି । ଅଧିବେଶନ ଆରମ୍ଭ ଦିନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ହଟ୍ଟଗୋଳ ଲାଗି ରହିଛି । ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି ବିରୋଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!