Masthead

ମୃତକଙ୍କ ପରିବାରକୁ ନାଲିଆଖି ଦେଖାଇଲେ ଡାକ୍ତର

ବିଞ୍ଝାରପୁର (ବଡ଼ ଖବର ବ୍ୟୁରୋ): ମେଡିକାଲ ପରିସରରେ ଡାକ୍ତର ସମ୍ପର୍କୀୟଙ୍କ ଗୁଣ୍ଡାଗିରି । ମୃତକ ପରିବାର ଲୋକଙ୍କୁ ନାଲିଆଖି ଦେଖିବାଇବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଏଭଳି ସଙ୍ଗିନୀ ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା ବିଂଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ । ସିଂହପୁର ପଞ୍ଚାୟତର ତ୍ରିପତି ବେହୁରିଆଙ୍କ ପତ୍ନୀ ରଂଜିତା ବେହୁରୀଆ ଶୌଚାଳୟରେ କୌଣସି କାରଣ ବଶତଃ ପଡି ଚେତାଶୂନ୍ୟ ହୋଇଯାଇଥିଲେ ।

ପରିବାର ଲୋକେ ତାଙ୍କୁ ବିଂଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଡ୍ୟୁଟିରେ ଥିବା ଡାକ୍ତର ସତ୍ୟନାରାୟଣ ସାମଲ ଚିକିତ୍ସା କରୁଥିବା ବେଳେ ରଂଜିତାଙ୍କ ମୃତୁ ହୋଇଥିଲା । ପରିବାର ଲୋକେ ଡାକ୍ତରଙ୍କୁ ମୃତ୍ୟୁର କାରଣ ପଚାରିବାରୁ ଡାକ୍ତର ଓ ତାଙ୍କର ଜଣେ ସମ୍ପର୍କୀୟ ମୃତକଙ୍କ ପରିବାର ଲୋକଙ୍କୁ ଧମକାଇ ବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଅନ୍ୟପଟେ ଡାକ୍ତର ସତ୍ୟନାରାୟଣ ସାମଲ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ