Masthead

ମୃତକଙ୍କ ପରିବାରକୁ ନାଲିଆଖି ଦେଖାଇଲେ ଡାକ୍ତର

ବିଞ୍ଝାରପୁର (ବଡ଼ ଖବର ବ୍ୟୁରୋ): ମେଡିକାଲ ପରିସରରେ ଡାକ୍ତର ସମ୍ପର୍କୀୟଙ୍କ ଗୁଣ୍ଡାଗିରି । ମୃତକ ପରିବାର ଲୋକଙ୍କୁ ନାଲିଆଖି ଦେଖିବାଇବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଏଭଳି ସଙ୍ଗିନୀ ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା ବିଂଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ । ସିଂହପୁର ପଞ୍ଚାୟତର ତ୍ରିପତି ବେହୁରିଆଙ୍କ ପତ୍ନୀ ରଂଜିତା ବେହୁରୀଆ ଶୌଚାଳୟରେ କୌଣସି କାରଣ ବଶତଃ ପଡି ଚେତାଶୂନ୍ୟ ହୋଇଯାଇଥିଲେ ।

ପରିବାର ଲୋକେ ତାଙ୍କୁ ବିଂଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଡ୍ୟୁଟିରେ ଥିବା ଡାକ୍ତର ସତ୍ୟନାରାୟଣ ସାମଲ ଚିକିତ୍ସା କରୁଥିବା ବେଳେ ରଂଜିତାଙ୍କ ମୃତୁ ହୋଇଥିଲା । ପରିବାର ଲୋକେ ଡାକ୍ତରଙ୍କୁ ମୃତ୍ୟୁର କାରଣ ପଚାରିବାରୁ ଡାକ୍ତର ଓ ତାଙ୍କର ଜଣେ ସମ୍ପର୍କୀୟ ମୃତକଙ୍କ ପରିବାର ଲୋକଙ୍କୁ ଧମକାଇ ବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଅନ୍ୟପଟେ ଡାକ୍ତର ସତ୍ୟନାରାୟଣ ସାମଲ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ